Nov 20, 2017
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ବିଧାନସଭା ଖବର

ମୁଖ୍ୟ ଖବର

ବିଧାନସଭା ପରିସରରେ ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି

Date: Oct 2, 2017    Views: 85


ଭୁବନେଶ୍ୱର: ଆଜି ଗାନ୍ଧି ଜୟନ୍ତୀ । ଏହି ଅବସରରେ ବିଧାନସଭା ପରିସରରେ ଥିବା ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ଏସ୍.ସି. ଜମିର ।  ଏହାସହିତ ବାଚସ୍ପତି ପ୍ରଦୀପ ଅମାତ ଓ ଅନ୍ୟ ନେତୃବୃନ୍ଦ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ସେହିପରି ଗାନ୍ଧି ପାର୍କ ପରିସରରେ ଥିବା ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପିସିସି ସଭାପତି ପ୍ରସାଦ ହରିଚନ୍ଦନ । ଦଳର ଅନେକ କର୍ମୀ  ମଧ୍ୟ ଯୋଗଦେଇ ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ମଧ୍ୟ ପିସିସି ସଭାପତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।


    

Maximum 500 characters