Nov 23, 2017
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

ଓଡ଼ିଶାରେ କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ

Date: Nov 12, 2017    Views: 23


ଭୁବନେଶ୍ୱର : କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କୃଷି ବିଶେଷଜ୍ଞ ଦଳ ରବିବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ରାଜ୍ୟରେ ରୋଗପୋକ ପ୍ରଭାବିତ ବିଭିନ୍ନ ଜିଲାଗସ୍ତ କରିବା ପୂର୍ବରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷି ଅଧିକାରୀଙ୍କ ସହ ରାଜ୍ୟ ଅତିଥି ଭବନରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି  । ଏହି ଅବସରରେ କୃଷି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଶେଖାୱତଙ୍କ ଟିମ୍ ନୟାଗଡ ଦେଇ ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲାର କ୍ଷତିଗ୍ରସ୍ତ ଅଞ୍ଚଳ ଅନୁଧ୍ୟନ କରିବା ସହ ବରଗଡ଼ ଜିଲା କଳାପାଣିର ମୃତ ଚାଷୀ ବୃନ୍ଦାବନ ସାହୁଙ୍କ ପରିବାରକୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି  । ସୋମବାର ଦିନ ଏହି ଟିମ୍ ରାୟପୁର ଯାଇ ସେଠାରୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ବିଜେପି ମୁଖପାତ୍ର ସଜ୍ଜନ ଶର୍ମା ସୂଚନା ଦେଇଛନ୍ତି ।


    

Maximum 500 characters