Nov 20, 2017
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

ଅଶ୍ୱସ୍ତି: ୧୫ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା ନାହିଁ

Date: Nov 12, 2017    Views: 209


ଭୁବନେଶ୍ୱର: ଷୀଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । ଅ ।ସନ୍ତା ୧୫ ତାରିଖ ଯାଏଁ ଓଡ଼ିଶାରେ ବର୍ଷା ହେବା ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି  । ଆଇଏମଡି ତରଫରୁ ଜାରି କରାଯାଇଥିବା ସୂଚନା ଅନୁସାରେ ବଙ୍ଗୋପସାଗର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଓ କର୍ଣ୍ଣାଟକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଏଠାରେ ବର୍ଷା ଲାଗି ରହିବ ।
ସୂଚନାଯୋଗ୍ୟ, ଗତ ଦୁଇ ଦିନ ତଳେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ  ପ୍ରଭାବରେ ୧୨ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ତା’ ସହ ୧୫ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ ।  ୧୮ ତାରିଖ ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ସୂଚନା ଦିଆଯାଇଥିଲା । ଏହି ସୂଚନା ପରେ ଚିନ୍ତାରେ ପଡ଼ି ଯାଇଥିଲେ ଚାଷୀ ।


    

Maximum 500 characters