Apr 22, 2018
Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ମୁଖ୍ୟ ଖବର

    ଆମ ଗାଁ, ଆମ ବିକାଶ : ୧ କୋଟି ୫ ଲକ୍ଷ ଟଙ୍କାର ପ୍ରକଳ୍ପକୁ ମଂଜୁରୀ

    Share on :
    Date: Apr 3, 2018    Views: 49

    ଭୁବନେଶ୍ୱର : ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଜିଲ୍ଲାର ଗଦାଧରପୁର ଗ୍ରାମ ପଂଚାୟତ ଓ କେନ୍ଦ୍ରାପଡ଼ା ଜିଲ୍ଲାର ରାଜଗଡ଼ ପଂଚାୟତ ଏବଂ ସୁନ୍ଦରଗଡ଼ ଜିଲ୍ଲାର ମହୁଲପଲ୍ଲୀ ଗ୍ରାମ ପଂଚାୟତ ପାଇଁ ୧ କୋଟି ୫ ଲକ୍ଷ ଟଙ୍କାର ୨୫ ପ୍ରକଳ୍ପକୁ ମଂଜୁରୀ ଦେଇଛନ୍ତି  । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଗ୍ରାମ ବିକାଶ କାର୍ଯ୍ୟକ୍ରମର ସଫଳତା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିବା ସହିତ ମଂଜୁର ହୋଇଥିବା ପ୍ରକଳ୍ପଗୁଡ଼ିକର କାର୍ଯ୍ୟକୁ ଶୀଘ୍ର ଏବଂ ଭଲ ଭାବେ କରିବା ପାଇଁ ପରାମର୍ଶ ଦେଇଥିଲେ  । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ କେନ୍ଦୁଝର ଜିଲ୍ଲାର ଗଦାଧରପୁର ଗ୍ରାମ ପଂଚାୟତର ୩୫ ଲକ୍ଷ ଟଙ୍କାରେ ୮ଟି, କେନ୍ଦ୍ରାପଡ଼ା ଜିଲ୍ଲା ରାଜଗଡ଼ ପଂଚାୟତର ୩୫ ଲକ୍ଷ ଟଙ୍କାରେ ୯ଟି ଏବଂ ସୁନ୍ଦରଗଡ଼ ଜିଲ୍ଲାର ମହୁଲପଲ୍ଲୀ ଗ୍ରାମ ପଂଚାୟତର ୩୫ ଲକ୍ଷ ଟଙ୍କାରେ ୮ଟି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମଂଜୁର କରିଛନ୍ତି  ।

    ଭିଡ଼ିଓ କନଫେରେନ୍ସିଂ ଦ୍ୱାରା ପ୍ରଥମେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ଗ୍ରାମ ପଂଚାୟତଗୁଡ଼ିକର ସରପଂଚମାନଙ୍କୁ ସେମାନଙ୍କ ଗାଁର ବିକାଶ ଯୋଜନା ସମ୍ପର୍କରେ ଉପସ୍ଥାପନା କରିବା ପାଇଁ କହିଥିଲେ  । ସେମାନଙ୍କ ଠାରୁ ପଂଚାୟତ ଭିତିଭୂମି ବିକାଶ ପାଇଁ ଆସିଥିବା ପ୍ରସ୍ତାବଗୁଡ଼ିକୁ ବିଚାର କରି ତୁରନ୍ତ ମଂଜୁରୀ ପ୍ରଦାନ କରିଥିଲେ  । ଗାଁର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କର ଏହି ଅଭିନବ ପ୍ରୟାସ ପାଇଁ ସ୍ଥାନୀୟ ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ  ।

    ସୂଚନାଯୋଗ୍ୟଯେ, ଚଳିତ ମାର୍ଚ୍ଚ ୫ରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସପ୍ତାହକୁ ଦୁଇ ଦିନ ବିଭିନ୍ନ ପଂଚାୟତର ଜନସାଧାରଣଙ୍କୁ ଭେଟି ସେମାନଙ୍କ ଗାଁର ବିକାଶ ସମ୍ପର୍କରେ ଆଲୋଚନା କରୁଛନ୍ତି  । ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର, ପଂଚାୟତିରାଜ ବିଭାଗର ପ୍ରମୁଖ ସଚିବ ଓ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଯୋଗ ଦେଇଥିଲେ  ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook