Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଆମ ଗାଁ ଆମ ବିକାଶ: ୩୯ଟି ପ୍ରକଳ୍ପକୁ ମଂଜୁରୀ

    Share on :
    Date: May 11, 2018    Views: 277

    ଭୁବନେଶ୍ୱର : ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେ଼ଙ୍କାନାଳ ଜିଲ୍ଲାର ଗୋବିନ୍ଦପୁର ପଂଚାୟତ, ପୁରୀ ଜିଲ୍ଲାର ବିଶ୍ୱନାଥପୁର, ବରଗଡ଼ ଜିଲ୍ଲାର ବୁଗବୁଗା ଓ ଦେବଗଡ଼ ଜିଲ୍ଲାର ରିଆମାଳ ପଂଚାୟତ ପାଇଁ ୧ କୋଟି ୪୩ଲକ୍ଷ ଟଙ୍କାର ୩୯ଟି ପ୍ରକଳ୍ପକୁ ମଂଜୁରୀ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗ୍ରାମ ବିକାଶ କାର୍ଯ୍ୟକ୍ରମର ସଫଳତା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିବା ସହିତ ମଂଜୁର ହୋଇଥିବା ପ୍ରକଳ୍ପ ଗୁଡ଼ିକର କାର୍ଯ୍ୟକୁ ଶୀଘ୍ର ଏବଂ ଭଲ ଭାବରେ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହି ପ୍ରକଳ୍ପ ଗୁଡ଼ିକର କାର୍ଯ୍ୟକୁ ଶୀଘ୍ର ଏବଂ ଭଲ ଭାବରେ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ଢେ଼ଙ୍କାନାଳ ଜିଲ୍ଲାର ଗୋବିନ୍ଦପୁର ପଂଚାୟତର ୩୬ଲକ୍ଷ ଟଙ୍କାରେ ୮ଟି, ପୁରୀ ଜିଲ୍ଲାର ବିଶ୍ୱନାଥପୁର ପଂଚାୟତର ୩୫ଲକ୍ଷ ଟଙ୍କାର ୧୦ଟି, ବରଗଡ଼ ଜିଲ୍ଲାର ବୁଗବୁଗା ପଂଚାୟତର ୩୬ଲକ୍ଷ ଟଙ୍କାରେ ୧୨ଟି ଏବଂ ଦେବଗଡ଼ ଜିଲ୍ଲାର ରିଆମାଳ ପଂଚାୟତର ୩୬ଲକ୍ଷ ଟଙ୍କାରେ ୯ଟି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମଂଜୁର ଦେଇଛନ୍ତି । 
    ଭିଡିଓ କନଫରେନ୍ସିଂ ଦ୍ୱାରା ପ୍ରଥମେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ପଂଚାୟତଗୁଡ଼ିକର ସରପଂଚମାନଙ୍କୁ ସେମାନଙ୍କ ଗାଁର ବିକାଶ ଯୋଜନା ସଂପର୍କରେ ଉପସ୍ଥାପନା କରିବା ପାଇଁ କହିଥିଲେ ଏବଂ ସେମାନଙ୍କ ଠାରୁ ପଂଚାୟତ ଭିତ୍ିଭୂମି ବିକାଶ ପାଇଁ ଆସିଥିବା ପ୍ରସ୍ତାବଗୁଡ଼ିକୁ ବିଚାର କରି ତୁରନ୍ତ ମଂଜୁରରୀ ପ୍ରଦାନ କରିଥିଲେ । ଗାଁର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କର ଏହି ଅଭିନବ ପ୍ରୟାସ ପାଇଁ ସ୍ଥାନୀୟ ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସୂଚନାଯୋଗ୍ୟ, ମାର୍ଚ୍ଚ ୫ ତାରିଖରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସପ୍ତାହକୁ ଦୁଇ ଦିନ ବିଭିନ୍ନ ପଂଚାୟତର ଜନସାଧାରଣଙ୍କୁ ଭେଟି ସେମାନଙ୍କ ଗାଁର ବିକାଶ ସଂପର୍କରେ ଆଲୋଚନା କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ସଂପୃକ୍ତ ଅଂଚଳର ନିର୍ବାଚିତ ପ୍ରତିନିଧି, ମୁଖ୍ୟ ଶାସନ ସଚିବ, ପଂଚାୟତିରାଜ ବିଭାଗର ସ୍ୱତନ୍ତ୍ର ପ୍ରକଳ୍ପ ନିଦେ୍ର୍ଧଶକ ଓ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଯୋଗଦେଇଥିଲେ । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook