Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ଚିଲିକା ଟ୍ରାଜେଡ଼ି : ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା

    Share on :
    Date: Jun 17, 2018    Views: 893

    ଭୁବନେଶ୍ୱର (ଓଡ଼ିଆ ସ୍ପଟ ନୁ୍ୟଜ) : ଚିଲିକା ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି  । ସେହିପରି ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି  ।

    ସୂଚନାଯୋଗ୍ୟଯେ, ଗତକାଲି ଚିଲିକାରେ ଏକ ବଡ଼ ଅଘଟଣ ଘଟିଥିଲା  । ଚିଲିକାରେ ଡଙ୍ଗା ବୁଡ଼ିଯିବାରୁ ସମସ୍ତ ଯାତ୍ରୀ ପାଣିରେ ବୁଡ଼ି ଯାଇଥିଲେ  । ତେବେ ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତି କରାଯାଇଥିଲା  । ସେହିପରି ଗତକାଲି ୨ ଜଣଙ୍କର ମୃତ ଦେହ ଉଦ୍ଧାର କରାଯାଇଥିବାବେଳେ ଆଜି ୪ ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଛି  । 

    Maximum 500 characters

    ଆଂଚଳିକ View all

    Find Us on Facebook