Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    କାଲିଠାରୁ ପ୍ରବଳ ବର୍ଷା

    Share on :
    Date: Jul 4, 2018    Views: 385

    ମୁମ୍ବାଇ: ଆସନ୍ତାକାଲି ଠାରୁ ଅର୍ଥାତ ୫ ତାରିଖଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ଘଡ଼ଘଡ଼ି ସହ ବିଜୁଳି ଓ ପବନ ପ୍ରବଳ ବେଗରେ ବୋହିବା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶା, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରବାହର ସପ୍ତାହେ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବା ବୋଲି ଅନୁମାନ କରାଯାଉଛି । ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଢେ଼ଙ୍କାନାଳ ଓ ଯାଜପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ ତାରିଖରେ ଉତର ଆଭ୍ୟାନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି । ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ସତର୍କ ରହିବାକୁ କୁହାଯାଇଛି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook