Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ପୁଣି ବର୍ଷିବ, ସତର୍କ କଲା ପାଣିପାଗ ବିଭାଗ

    Share on :
    Date: Aug 8, 2018    Views: 879

    ଭୁବନେଶ୍ୱର: ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଥିବା ଲଘୁଚାପ ବଳୟ ଏବେ ଛତିଶଗଡ଼ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଘନୀଭୂତ ହୋଇଛି । ତେବେ ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ବୁଧବାର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।  ଏଥିସହ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ରହିଥିବା କୁହାଯାଇଛି । ଏହାଛଡ଼ା ଆସନ୍ତା ଅଗଷ୍ଟ ୧୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ  ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ଥରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । 

    Read more

    ୧୩ରୁ ୧୫ ବର୍ଷା

    ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବା ସହ ଗରମ ଅନୁଭୂତ ହେଉଛି ।  ତେବେ ଆସନ୍ତାକାଲି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡ଼ା ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ...

    Read more

    ପୁଣି ଫେରିବ କାଳବୈଶାଖୀ ବର୍ଷା

    ଭୁବନେଶ୍ୱର: ପୁଣି ଫେରିବ କାଳବୈଶାଖୀ ବର୍ଷା । ଆସନ୍ତା ୪ ଓ ୫ ତାରିଖରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । କେତେକ ସ୍ଥାନରେ ବଜ୍ରପାତର ବି ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ...

    Read more

    କାଳବୈଶାଖୀ ବର୍ଷା, ବାଲେଶ୍ୱରରେ କାଚୁଛି

    ଭୁବନେଶ୍ୱର: ମାଡ଼ି ଆସୁଛି କାଳବୈଶାଖୀ ବର୍ଷା ।  ୪ ଦିନ  ଯାଏଁ ଡରାଇବ ଏହି କାଳବୈଶାଖୀ ବର୍ଷା ।  ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ଆଶଙ୍କା ଥିବାବେଳେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷୁଛି । ଆଜି ସକାଳୁ ଠାରୁ  ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ...

    Maximum 500 characters

    ତାଜା ଖବର View all

    Find Us on Facebook