Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ୭ ଦିନ ପାଇଁ ରିଲିଫ ଘୋଷଣା

    Share on :
    Date: Sep 10, 2018    Views: 401

    ଭୁବନେଶ୍ୱର: ଗତ କିଛିଦିନ ଧରି ଲାଗି ରହିଥିବା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବୈତରଣୀ ଓ ସାଳନ୍ଦୀ ନଦୀରେ ବନ୍ୟା ଆସିଛି । ଏଥିଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ଅନେକ ଲୋକ ଜଳବନ୍ଦୀ ଅଛନ୍ତି । ତେବେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈତରଣୀ ଓ ସାଳନ୍ଦୀ ନଦୀରେ ବନ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି । ରାଜ୍ୟ ସଚିବାଳୟରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନୟକ ସମୀକ୍ଷା କରିଛନ୍ତି । ଭିଡିଓ କନଫରେନ୍ସିଂ  ଜରିଆରେ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ବନ୍ୟା ପରିସ୍ଥିତ ଓ ଜିଲ୍ଲାର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ । ପ୍ରଭାବିତ ଅଞ୍ଚଳର ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୭ ଦିନ ପାଇଁ ରିଲିଫ ଘୋଷଣା କରିଛନ୍ତି । ଏ ବାବଦରେ ପୌଢମାନଙ୍କୁ ଦୈନିକ ୬୦ ଟଙ୍କା ଏବଂ ୧୨ ବର୍ଷରୁ କମ ବୟସ ପିଲାମାନଙ୍କ ପାଇଁ ଦୈନିକ ୪୫ ଟଙ୍କା ହିସାବରେ ରିଲିଫ ପ୍ରଦାନ କରାଯିବ । ସେହିପରି ପ୍ରଭାବିତ ଅଞ୍ଚଳରେ ଗୃହପାଳିତ ପ୍ରାଣୀମାନଙ୍କୁ ମାଗଣାରେ ଚିକିତ୍ସା ସହିତ ଟୀକାକରଣ ମଧ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏକ ସପ୍ତାହ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳମାନଙ୍କୁ ବୈଠକରେ ପରାମର୍ଶ ଦିଆଯାଇଛି । 
     ଆଜି ଅନୁଷ୍ଠିତ ସମୀକ୍ଷାରୁ ଜଣାଯାଇଛି ଯେ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ୧୭ଟି ବ୍ଲକ, ୪ଟି ପୌରପରିଷଦ ଏବଂ ୯୦୩ଟି ଗ୍ରାମର ସାଢେ ସାତ ଲକ୍ଷ ଚଳିତ ବନ୍ୟାରେ ପ୍ରଭାବିତ ହୋଇଛନ୍ତି । ୫୦ ହଜାର ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି । ୪୦ ହଜାର ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯିବା ସହ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଛି । ସେହିପରି ଗୃହପାଳିତ ପଶୁମାନଙ୍କୁ ମଧ୍ୟ ୯୦ ମେଟ୍ରିକ ଟନ ଗୋଖାଦ୍ୟ ଯୋଗାଇ ଦିଆଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ଚିକିତ୍ସା ସୁବିଧା ମଧ୍ୟ ଯୋଗାଇ ଦିଆଯାଉଛି । ଏହିସହିତ ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି ।
    ଏହି ବୈଠକରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଜଳ ସମ୍ପଦ ବିଭାଗ ପ୍ରମୁଖ ସଚିବ, କୃଷି ବିଭାଗ ପ୍ରମୁଖ ସଚିବ,  ସ୍ୱତନ୍ତ୍ର ରିଲିଫ କମିଶନର, ମତ୍ସ୍ୟ ଓ ପଶୁପାଳନ ବିଭାଗ  ସଚିବ ପ୍ରମୁଖ ଯୋଗଦେଇଥିଲେ । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook