Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ୧୮ରେ ଆଉ ଏକ ଲଘୁଚାପ

    Share on :
    Date: Sep 13, 2018    Views: 1067

    ଭୁବନେଶ୍ୱର: ଆସନ୍ତା ୧୮ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।  ପ୍ରକାଶ ଯେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ଏବେ ବିଶେଷ ସକ୍ରିୟ ନାହିଁ । ଗାଙ୍ଗେୟ ପଶ୍ଚିମବଙ୍ଗରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଉତ୍ତରରୁ ଦକ୍ଷିଣକୁ ଲମ୍ବିଥିବା ଟ୍ରଫଲାଇନ ପ୍ରଭାବରେ ରାଜ୍ୟରେ କାଁ ଭାଁ ବର୍ଷା ହେଉଛି । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ୧୫ରେ କିଛି ସ୍ଥାନରେ ଓ ୧୬ରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇପାରେ । ତେବେ ଆସନ୍ତା ୧୮ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶା, ଉତ୍ତର ଆନ୍ଧ୍ର ଉପକୂଳ, ଦକ୍ଷିଣ ଛତିଶଗଡ଼, କେନ୍ଦ୍ରୀୟ ଭାରତରେ ବିସ୍ତୃତ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି । 

    Maximum 500 characters

    ଆଂଚଳିକ View all

    Find Us on Facebook