Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଆମ ଗାଁ ଆମ ବିକାଶ: ୭ଟି ବ୍ଲକ ପାଇଁ ୩୪.୫୨ କୋଟି ମଞ୍ଜୁର

    Share on :
    Date: Oct 10, 2018    Views: 265

    ଭୁବନେଶ୍ୱର: ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୫ଟି ଜିଲ୍ଲାର ୭ଟି ବ୍ଲକ ପାଇଁ ୩୪.୫୨ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର କରିଛନ୍ତି । ଏହି ବ୍ଲକଗୁଡ଼ିକ ହେଲା କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ, ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଓ କରଞ୍ଜିଆ, କେନ୍ଦୁଝର ଜିଲ୍ଲାର ଝୁମ୍ପୁରା ଓ ହରିଚନ୍ଦନପୁର, ବରଗଡ଼ ଜିଲ୍ଲାର ପାଇକମାଳ ଓ ରାୟଗଡ଼ା ଜିଲ୍ଲାର କୋଲନରା ବ୍ଲକ ।

    ଆଜି ମୁଖ୍ୟମନ୍ତ୍ରୀ ଫିରିଙ୍ଗିଆ ବ୍ଲକର ୨୪ଟି ପଞ୍ଚାୟତ ପାଇଁ ୪.୮୦ କୋଟି ଟଙ୍କାରେ ୨୨୪ଟି ପ୍ରକଳ୍ପ, ବଡ଼ସାହି ବ୍ଲକର ୩୦ଟି ପଞ୍ଚାୟତ ପାଇଁ ୭.୫୦ କୋଟି ଟଙ୍କାରେ ୩୧୧ଟି ପ୍ରକଳ୍ପ, କରଞ୍ଜିଆ ବ୍ଲକର ୧୫ଟି ପଞ୍ଚାୟତ ପାଇଁ ୩.୭୫ କୋଟି ଟଙ୍କାରେ ୧୮୨ଟି ପ୍ରକଳ୍ପ, ଝୁମ୍ପୁରା ବ୍ଲକର ୨୨ଟି ପଞ୍ଚାୟତ ପାଇଁ ୫.୪୦ କୋଟି ଟଙ୍କାରେ ୧୬୮ଟି ପ୍ରକଳ୍ପ, ହରିଚନ୍ଦନପୁର ବ୍ଲକର ୨୫ଟି ପଞ୍ଚାୟତ ପାଇଁ ୫.୫୨ କୋଟି ଟଙ୍କାରେ ୧୬୬ଟି ପ୍ରକଳ୍ପ, ପାଇକମାଳ ବ୍ଲକର ୨୨ଟି ପଞ୍ଚାୟତ ପାଇଁ ୩.୩୫ କୋଟି ଟଙ୍କାରେ ୧୫୨ଟି ପ୍ରକଳ୍ପ, କୋଲନରା ବ୍ଲକର ୧୬ଟି ପଞ୍ଚାୟତ ପାଇଁ ୩.୨୦ କୋଟି ଟଙ୍କାରେ ୯୨ଟି ପ୍ରକଳ୍ପ-ଏହିପରି ସମୁଦାୟ ୭ଟି ବ୍ଲକର ୧୫୪ଟି ପଞ୍ଚାୟତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୪.୫୨ କୋଟି ଟଙ୍କାରେ ୧୨୯୭ଟି ପ୍ରକଳ୍ପ ମଞ୍ଜୁର କରିଛନ୍ତି । 

    ଆଜିର କାର୍ଯ୍ୟକ୍ରମକୁ ମିଶାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ରାଜ୍ୟର ୨୩୬ଟି ବ୍ଲକର ୫୧୩୮ଟି ଗ୍ରାମ ପଞ୍ଚାୟତର ଜନସାଧାରଣଙ୍କ ସହିତ ଆଲୋଚନା ମାଧ୍ୟମରେ ୪୭,୦୧୧ଟି ପ୍ରକଳ୍ପ ମଞ୍ଜୁର କରିଛନ୍ତି । ଏ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପ ପାଇଁ ୧୧୬୫.୧୧ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

    ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପରିଷଦର ସଦସ୍ୟ, ସାଂସଦ, ବିଧାୟକ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ, ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ ଓ ପଞ୍ଚାୟତ ପ୍ରତିନିଧିମାନେ ଉପସ୍ଥିତ ଥିଲେ । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook