Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଜଟଣୀରେ ‘ବସୁଧା’ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    Share on :
    Date: Nov 24, 2018    Views: 157

    ଖୋର୍ଦ୍ଧା: ଶନିବାର ଖୋର୍ଦ୍ଧା ଜିଲ୍ଲା ଜଟଣୀ ନିର୍ବାଚନମଣ୍ଡଳି ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃହତ ପାନୀୟ ଜଳ ପ୍ରକଳ୍ପ ‘ବସୁଧା’ର ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ ଦ୍ୱାରା ଖୋର୍ଦ୍ଧା ଜିଲ୍ଲାର ଖୋର୍ଦ୍ଧା, ଜଟଣୀ ପୌରାଞ୍ଚଳ ସହିତ ନାଇଜର, ଆଇଆଇଟି ଓ ଇଡକୋ ଅଞ୍ଚଳକୁ ପାନୀୟ ଜଳ ଯୋଗାଣ ହୋଇପାରିବ ।

    ଏହି ପ୍ରକଳ୍ପ ମାଧ୍ୟମରେ ନାଇଜରରୁ ପାଣି ଅଣାଯାଇ ଖୋର୍ଦ୍ଧା ଓ ଜଟଣୀ ପୌରାଞ୍ଚଳକୁ ପାନୀୟ ଜଳ ଯୋଗାଣ କରାଯିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସମଗ୍ର ରାଜ୍ୟର ୯୫ଟି ପୌରାଞ୍ଚଳର ୫୦୦ ପାନୀୟ ଜଳ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ।

    ଏହି ବସୁଧା ପ୍ରକଳ୍ପର ଶୁଭ ଉଦଘାଟନ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସାଂସଦ ଡ. ପ୍ରସନ୍ନ ପାଟ୍ଟଶାଣୀ, ଖୋର୍ଦ୍ଧା ବିଧାୟକ ରାଜେନ୍ଦ୍ର କୁମାର ସାହୁ, ଜଟଣୀର ପୂର୍ବତନ ବିଧାୟକ ବିଭୂତି ବଳବନ୍ତ ରାୟ ଓ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook