Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ନୀତିଶଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ

    Share on :
    Date: Jan 10, 2019    Views: 113

    ଭୁବନେଶ୍ୱର : ବିଜେଡିର ପ୍ରତିନିଧି ଦଳ ଆଜି ଜନତା ଦଳ (ୟୁ)କୁ ଭେଟିଥିଲେ । ବିଜେଡି ତରଫରୁ ସାଂସଦ ନଗେନ୍ଦ୍ର ପ୍ରଧାନ ଏବଂ ରବୀନ୍ଦ୍ର କୁମାର ଜେନା ଜନତା ଦଳ(ୟୁ) ସଭାପତି ତଥା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ପାଟନାସ୍ଥିତ ତାଙ୍କ ବାସଭବନରେ ଭେଟି ସଂସଦ ଓ ସମସ୍ତ ବିଧାନସଭାରେ ମହିଳାମାନଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ କରିବା ଲାଗି ନୀତିଗତ ସମର୍ଥନ ଲୋଡ଼ି ବିଜୁ ଜନତା ଦଳ ସଭାପତି ଲେଖିଥିବା ପତ୍ର ହସ୍ତାନ୍ତର କରିଥିଲେ । ଶ୍ରୀ ଯାଦବ ଏ ପ୍ରସଂଗରେ ସକାରାତ୍ମକ ମନ୍ତବ୍ୟ ପ୍ରଦାନ କରିବା ସହିତ ଆଶା ପ୍ରକାଶ କରିଥିଲେ ଯେ ଏହି ପ୍ରୟାସ ଯେପରି ସଫଳ ହୁଏ । ତତସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଏହି ଉଦ୍ୟମକୁ ସ୍ୱାଗତ କରିବା ସହିତ ପ୍ରଶଂସା କରିଥିଲେ । ଶ୍ରୀ ନୀତିଶ କୁମାର କହିଥିଲେ ଯେ ଶ୍ରୀ ପଟ୍ଟନାୟକ ମହିଳାମାନଙ୍କ କ୍ଷେତ୍ରରେ ଯେଉଁ ପଦକ୍ଷେପ ନେଇଛନ୍ତି, ତାହା ସ୍ୱାଗତଯୋଗ୍ୟ ।
    ସୂଚନାଯୋଗ୍ୟ, ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଧଶକ୍ରମେ ବିଜେଡିର ପ୍ରତିନିଧିମାନେ ଭାରତବର୍ଷର ୨୨ଟି ଜାତୀୟ ଓ ଆଂଚଳିକ ଦଳମାନଙ୍କୁ ଭେଟି ସଂସଦ ଓ ବିଧାନସଭାରେ ମହିଳାମାନଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ କରିବା ଲାଗି ସମର୍ଥନ ସଂଗ୍ରହ କରୁଛନ୍ତି ।

    Maximum 500 characters

    ରାଜନୀତି View all

    Find Us on Facebook