Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ୪୮ ଘଣ୍ଟାରେ ଲଘୁଚାପ, ୧୪ ଯାଏ ବର୍ଷା

    Share on :
    Date: Aug 12, 2019    Views: 41

    ଭୁବନେଶ୍ୱର : ଉତ୍ତରପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ । ଯାହାକି ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଲଗ୍ନ ଅଞ୍ଚଳ ଉପରେ ରହି ପରବର୍ତ୍ତୀସ ମୟରେ ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ପ୍ରଭାବରେ ସୋମବାରଠାରୁ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ଏହି ସମୟରେ କେରଳର ଅଧିକାଂଶ ସ୍ଥାନରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

    ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୧୨ ଓ ୧୩ ତାରିଖରେ ଅଧିକ ବର୍ଷା ହେବ । ୧୨ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶା ଯଥା ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବରଗଡ଼ ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, ରାୟଗଡ଼ା, ଢେ଼ଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୧୩ ରୁ ୧୪ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଓ କଟକରେ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନେ ୧୨ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।
    ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରଣିତ ହେବ । ତାହା ପଶ୍ଚିମ ଦିଗରେ ଗତି କରି ୧୩ ତାରିଖରେ ଝାଡ଼ଖଣ୍ଡ, ଦକ୍ଷିଣ ଉତ୍ତର ପ୍ରଦେଶ ଉପରେ ରହିବା ପରେ ଉତ୍ତରପ୍ରଦେଶରୁ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ରହିବ । ଏହା ଦ୍ୱାରା ରାଜ୍ୟରେ ୧୨ ତାରିଖ ସକାଳଠାରୁ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ହେବ । ଯାହାକି ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଲାଗିରହିବ । ୧୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟର ଅବିଭକ୍ତ କୋରାପୁଟ ସମେତ ଦକ୍ଷିଣ ପଶ୍ଚିମ ଓଡ଼ିଶାରେ ବହୁତ କମ୍ ବର୍ଷା ହେବ । ଏହା ପରେ ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହୁଛି । ଏହା ଦ୍ୱାରା ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ । ଏହି ତିନି ଦିନରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭଲ ବର୍ଷା ହେବାକୁ ଥିବା ବେଳେ ଦକ୍ଷିଣ ଓଡ଼ିଶାରେ କମ୍ ବର୍ଷା ହେବ । ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଅଞ୍ଚଳରେ ୮୦ ମିମି ବର୍ଷା ହେବାକୁ ଥିବା ବେଳେ ପଶ୍ଚିମ ଓଡ଼ିଶାରେ ୬୦ ରୁ ୭୦ ମିମି ବର୍ଷା ହେବ । ମୋଟାମୋଟି ଭାବେ ୨୦ ତାରିଖ ମଧ୍ୟରେ ରାଜ୍ୟର ହାରାହାରି ୧୨୦ ରୁ ୧୩୦ ମିମି ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଇଛି ।

    Read more

    କାହାକୁ ଅରେଞ୍ଜ ଓ କାହାକୁ ୟେଲୋ ୱାର୍ଣ୍ଣି ଜାଣନ୍ତୁ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଆଖପାଖ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି ।  ଲଘୁଚାପ ପ୍ରଭାବରେ ୨ ଦିନ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର  ସମ୍ଭାବନା ରହିଛି ।  ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ଅରେଞ୍ଜ ଓ  ...

    Read more

    ୫ ଜିଲ୍ଲାରେ ପ୍ରବଳ ବର୍ଷିବ!

    ଭୁବନେଶ୍ୱର:  ପଶ୍ଚିମବଙ୍ଗ ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାବେଳେ ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ...

    Read more

    ଆହୁରି ୨୪ଘଣ୍ଟା କାଚିବ

    ଭୁବନେଶ୍ୱର:  ଲଘୁଚାପ  ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି ।  ତେବେ ଏହି ବର୍ଷା ଆହୁରି ୨୪ ଘଣ୍ଟା ଧରି କାଚିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ  ୨୪ ଘଣ୍ଟା ଧରି ...

    Maximum 500 characters

    ତାଜା ଖବର View all

    Find Us on Facebook