Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦୀ ଓ ଧର୍ମେନ୍ଦ୍ର

    Share on :
    ajab-Image
    Date: Oct 16, 2020    Views: 7231

    ଭୁବନେଶ୍ୱର:    ଆଜି ହେଉଛି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଆଜି ସେ ୭୫ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମଦିନର ଶୁଭେଚ୍ଛା ଜଣାଇ ନିଜର ଟୁଇଟରରେ ଲେଖିଛନ୍ତି, ‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା।’

    କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୁଭେଚ୍ଛା ଜଣାଇ ନିଜର ଟୁଇଟରରେ ଲେଖିଛନ୍ତି, ‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ ରଖନ୍ତୁ। ଆପଣଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି।’

    ଚଳିତ ବର୍ଷ କରୋନା ମହାମାରୀ ପାଇଁ ମୁଖ୍ୟମନ୍ତ୍ରୀ ନିଜର ଜନ୍ମଦିନ ପାଳନ କରୁ ନାହାନ୍ତି। ଫାଇଲିନ, ହୁଡ଼ହୁଡ଼ ଓ ଫଣୀ ସମୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ନିଜର ଜନ୍ମଦିନ ପାଳନ କରି ନଥିଲେ। ନବୀନଙ୍କ କୋମଳ ବ୍ୟକ୍ତିତ୍ୱ ପାଇଁ ସେ ପ୍ରତ୍ୟେକ ଜନ ସାଧାରଣଙ୍କ ହୃଦୟରେ ଭିନ୍ନ ସ୍ଥାନରେ ରହିଛନ୍ତି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook