ମୁଖ୍ୟ ଖବର
ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଅଫିସର ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ବାପା ଶ୍ରୀକାନ୍ତ ଚରଣ ଜେନା(୮୩)ଙ୍କର ରବିବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ଶ୍ରୀ ଜେନାଙ୍କ ୟୁନିଟ-୬ସ୍ଥିତ ବାସଭବନରେ ବହୁ ବିଶିଷ୍ଟ ବ୍ୟକ୍ତି ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଥିଲେ । ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକର ବାଲିଝାଟିର ବାସିନ୍ଦା ସ୍ୱର୍ଗତ ଜେନା କିଛି ଦିନ ହେଲା ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ । ରବିବାର ରାତିରେ ଗରାବଡ଼ୁ ଶ୍ମଶାସନରେ ତାଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି । ବଡ଼ ପୁଅ ପବିତ୍ର ମୋହନ ଜେନା ମୁଖାଗ୍ନୀ ଦେଇଥିଲେ । ମୃତୁ୍ୟଶଯ୍ୟା ନିକଟରେ ତାଙ୍କର ଅନ୍ୟତମ ପୁତ୍ର ପ୍ରତାପ ଜେନା ଓ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ ।
Comments ସମସ୍ତ ମତାମତ 0