Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଶୁକ୍ରବାର ସ୍ଥଳଭାଗ ଛୁଇଁବ ଗଭୀର ଅବପାତ

    Share on :
    ajab-Image
    Date: Oct 22, 2020    Views: 6853

    ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଅବପାତ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ରୂପ ନେବ ।  ଗଭୀର ଅବପାତରେ ପରିଣତ ହୋଇ ଉତ୍ତର-ଉତ୍ତର ପୂର୍ବରେ ଗତି କରିବ ।  ଆସନ୍ତାକାଲି ଅର୍ଥାତ ୨୩ ତାରିଖ ଅପରାହ୍ଣରେ ଗଭୀର ଅବପାତ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।  ସାଗର ଦ୍ୱୀପପୁଞ୍ଜ ଓ ବାଂଲାଦେଶ  ଖେପୁପଡ଼ା ମଧ୍ୟରେ ଗଭୀର ଅବପାତ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ  ପାଣିପାଗ  କେନ୍ଦ୍ର ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । 

    ଅନ୍ୟପକ୍ଷରେ ଏହା ପୂର୍ବରୁ ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇ କହିଥିଲେ ଯେ,  ବଙ୍ଗୋପସାଗରରେ ୱେଲମାର୍କଡ ଲଘୁଚାପ ଅବପାତରେ ପରିଣତ ପରେ  ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।  ଆଜି ଠାରୁ ଅଧିକ ବର୍ଷା ସହ କୋହଲା ପବନ ଲାଗି ରହିବ ।  ଗ୍ରାମାଞ୍ଚଳରେ ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି ।  ପୌରାଞ୍ଚଳରେ ମଧ୍ୟ ଡ୍ରେନେଜକୁ ନେଇ ସମସ୍ୟା ହୋଇପାରେ ।  ବିଶେଷ କରି ସମୁଦ୍ରକୁ ଲାଗିଥିବା ଅଞ୍ଚଳ ବେଶି ପ୍ରଭାବିତ ହେବ ।  ସମୁଦ୍ରରେ ଏହାର ପ୍ରଭାବ ବେଶି ରହିବାକୁ ଥିବାବେଳେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି ।  ଏଥିସହ ଓଡ଼ିଶାର ସବୁ ବନ୍ଦରକୁ ୩ ନଂ ସତର୍କ ସଙ୍କେତ ଜାରି କରାଯାଇଛି ବୋଲି ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର କହିଥିଲେ ।

    Maximum 500 characters

    ତାଜା ଖବର View all

    Find Us on Facebook