Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଉତ୍ତେଜକ ପୋଷ୍ଟ କଲେ କାର୍ଯ୍ୟାନୁଷ୍ଠାନ: ଡିଜିପି

    Share on :
    ajab-Image
    Date: Nov 9, 2019    Views: 1161

    ଭୁବନେଶ୍ୱର: ଅଯୋଧ୍ୟା ମାମଲାର ରାୟକୁ ନେଇ ଯଦି କେହି ବ୍ୟକ୍ତି ସୋସିଆଲ ମିଡିଆରେ ଉତ୍ତେଜକ ପୋଷ୍ଟ କରନ୍ତି ତେବେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଜିପି ବିଜୟ କୁମାର ଶର୍ମା କହିଛନ୍ତି ।  ଶନିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଶର୍ମା ଏହା କହିଛନ୍ତି । 

    ସେ କହିଛନ୍ତି ଯେ, ଶାନ୍ତିଶୃଙ୍ଖଳା ଓ ସଦଭାବନା ବଜାୟ ରଖିବାକୁ ପୁଲିସ ସଜାଗ ରହିଛି ।  ଓଡ଼ିଶା ପୁଲିସ ପକ୍ଷରୁ ପୂର୍ବ ପ୍ରସ୍ତୁତି କରାଯାଇଛି ।  ସମ୍ବେଦନଶୀଳ ଜିଲ୍ଲାରେ ପର୍ଯ୍ୟାପ୍ତ ପୁଲିସ ମୁତୟନ ଅଛନ୍ତି ।  ସ୍ଥିତି ଉପରେ ନଜର ରଖିବାକୁ ସବୁ ଏସପିଙ୍କୁ ନିଦେ୍ର୍ଧଶ ଦିଆଯାଇଛି ।  ଶାନ୍ତି ବଜାୟ ରଖିବା ପାଇଁ ବିଭିନ୍ନ ଧାର୍ମିକ ନେତାଙ୍କ ସହ ଆଲୋଚନା ହୋଇଛି ।  ମୋବାଇଲ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି ।  ସୋସିଆଲ ମିଡିଆ ଉପରେ କଡ଼ା ନଜର ରଖାଯାଇଛି ।  ଉତ୍ତେଜନାମୂଳକ ଟ୍ୱିଟ କିମ୍ବା ପୋଷ୍ଟ କେଲ ଦୃଢ କାର୍ଯ୍ୟାନୁଷ୍ଠାନ  ଗ୍ରହଣ କରାଯିବ ବୋଲି  ଡିଜିପି ବିଜୟ କୁମାର ଶର୍ମା କହିଛନ୍ତି ।  

    ଏଠାରେ ସୂଚନା ଥାଉ କି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶାନ୍ତି ଓ ସଦଭାବନା ବଜାୟ ରଖିବାକୁ ଅପିଲ କରିଥିଲେ । 

    Maximum 500 characters

    ତାଜା ଖବର View all

    Find Us on Facebook