Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    କେମିତି ଗାଇବେ ‘ବନ୍ଦେ ଉତ୍କଳ ଜନନୀ’

    Share on :
    ajab-Image
    Date: Jun 7, 2020    Views: 5008

    ଭୁବନେଶ୍ୱର: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଅନବଦ୍ୟ ସୃଷ୍ଟି ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତ ଭାବରେ ସରକାରୀ ମାନ୍ୟତା ଦେବା ପାଇଁ ନିଷ୍ପତି ଗ୍ରହଣ କରିଛନ୍ତି  ।
    ଏହି ସଂଗୀତ ଗାନର ମାନ୍ୟକ୍ରମ ନିମ୍ନ ମତେ ସ୍ଥିରୀକୃତ କରାଯାଇଛି  ।

    ୧. କାନ୍ତକବିଙ୍କ ରଚିତ ସମ୍ପୂର୍ଣ୍ଣ ଗୀତ ‘ବନ୍ଦେ ଉତ୍କଳ ଜନନୀ’ କୁ ରାଜ୍ୟ ସଂଗୀତ ଭାବରେ ଗ୍ରହଣ କରାଗଲା  ।
    ୨. ଏହି ସଂଗୀତ ଗାୟନର ଅନୁମୋଦିତ ସ୍ୱର, ଶୈଳୀ ତଥା ରେକଡର଼୍ିଂ ଓଡ଼ିଶା ସରକାରଙ୍କର ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପ୍ରସ୍ତୁତ କରାଯିବା ପାଇଁ ସ୍ଥିର କରାଗଲା  ।
    ୩. ଏହାର ଗାୟନ ଅବଧି ସ୍ୱର ତଥା ଶୈଳୀ ଉପରୋକ୍ତ ରେକଡର଼୍ିଂ ପ୍ରକାରେ ନିର୍ଦ୍ଧାରିତ ହେଲା  ।
    ୪. ରାଜ୍ୟ ସରକାରଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ, ବିଧାନସଭାର ଅଧିବେଶନ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ଭାବରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଏହି ସଂଗୀତର ବିନା ବାଦ୍ୟରେ ପ୍ରସ୍ତୁତ ଅନୁମୋଦିତ ସଂସ୍କରଣ ପରିବେଷଣ/ଗାନ କରାଯିବ  ।
    ୫. ବିଦ୍ୟାଳୟ, ମହାବିଦ୍ୟାଳୟ, ଅନ୍ୟାନ୍ୟ ସଭାସମିତି ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୃଷ୍ଠ ସଂଗୀତ କିମ୍ବା ବାଦ୍ୟଯନ୍ତ୍ର ସଂଗତ ସହିତ ଏହାକୁ ପରିବେଷଣ/ଗାନ କରାଯିବ  ।
    ୬. ଉଦଘାଟନ, ଉଦଯାପନୀ ଓ ଉଦବୋଧନୀ ସଂଗୀତ ଭାବରେ ଏହା ଗାନ କରାଯିବା ସମୟରେ ଏହି ରାଜ୍ୟ ସଂଗୀତ ପ୍ରତି ସମ୍ମାନ ପ୍ରଦର୍ଶନ ପୂର୍ବକ ଉପସ୍ଥିତ ସମସ୍ତେ ସଂଗୀତ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଦଣ୍ଡାୟମାନ ରହିବେ  । ମାତ୍ର ବୟସ୍କ, ଅସୁସ୍ଥ, ଭିନ୍ନକ୍ଷମ, ଗର୍ଭବତୀ ମହିଳା ଯେଉଁମାନେ ନିଜର ଉପରୋକ୍ତ ଅକ୍ଷମତା କାରଣରୁ ଦଣ୍ଡାୟମାନ ହେବାରେ ଅସୁବିଧା ଅନୁଭବ କରୁଥିବେ ସେମାନେ ଏହି ସଂଗୀତ ପରିବେଷଣ/ଗାନ ସମୟରେ ନିଜ ସ୍ଥାନରେ ନମ୍ର ଭାବେ ବସିରହି ଏଥିପ୍ରତି ସମ୍ମାନ ପ୍ରଦର୍ଶନ କରିପାରିବେ  । ଶିଶୁମାନଙ୍କୁ ମଧ୍ୟ ଏହି ସଂଗୀତ ପରିବେଷଣ/ଗାନ ସମୟରେ ଦଣ୍ଡାୟମାନ ରହିବାରୁ ଅବ୍ୟାହତି ଦିଆଗଲା  ।
    ୭. ଏହି ସଂଗୀତ ପୋଲିସ ବ୍ୟାଣ୍ଡ, ବଂଶୀ, ସିତାର ଭଳି ବିଭିନ୍ନ ବାଦ୍ୟଯନ୍ତ୍ର ମାଧ୍ୟମରେ ମଧ୍ୟ ପରିବେଷଣ କରାଯିବ  ।
    ୮. ଏହି ସଂଗୀତର ପ୍ରଚାର ପ୍ରସାର ତଥା ଅଭିବୃଦ୍ଧି ନିମନ୍ତେ ଏହାର ସୃଜନାତ୍ମକ ପରିବେଷଣ ଉପରେ କୌଣସି କଟକଣା ରହିବ ନାହିଁ  ।
    ୯. ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠ୍ୟକ୍ରମରେ ଏହି ସଂଗୀତକୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗକୁ ନିଦେ୍ର୍ଧଶ ଦିଆଗଲା  ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook