Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    କେନ୍ଦ୍ର ନେଉନି ଉଷୁନା ଚାଉଳ: ବିଜେଡି

    Share on :
    ajab-Image
    Date: Jan 18, 2021    Views: 5598

    ଭୁବନେଶ୍ୱର:  କେନ୍ଦ୍ର ସରକାର ବଳକା ଉଷୁନା ଚାଉଳ ନେଉନଥିବା ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି ।  ସୋମବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ରୋହିତ ପୂଜାରୀ ଓ ସ୍ନେହାଙ୍ଗିନୀ ଛୁରିଆ ଅଭିଯୋଗ କରିଛନ୍ତି ।

     ସେମାନଙ୍କ କହିବା ଅନୁଯାୟୀ ଓଡ଼ିଶାରୁ ଉପôାଦିତ ଉଷୁନା ଚାଉଳର ୫୦ ପ୍ରତିଶତ କେନ୍ଦ୍ର ନେବ କହୁଛି ।  ଏଯାଏ ରାଜ୍ୟରେ ୩୫ ଲକ୍ଷ ମେଟ୍ରିକ ଟନରୁ ଅଧିକ ଧାନ ସଂଗ୍ରହ ହୋଇଛି ।  ଚଳିତ ବର୍ଷ ମୋଟ ୮୨ ଲକ୍ଷ ମେଟ୍ରିକ ଟନ ଧାନ କିଣାଯିବା ଲକ୍ଷ୍ୟ ରହିଛି ।  ଧାନ କିଣା ନେଇ ଚାଷୀଙ୍କୁ ସେମାନଙ୍କ ପ୍ରାପ୍ୟ ରାଜ୍ୟ ସରକାର ଦେଇଛନ୍ତି ।  ତେବେ ସେନେଇ କେନ୍ଦ୍ର ଏଯାବତ ରାଜ୍ୟ ସରକାରଙ୍କୁ ଟଙ୍କା ଦେଇନି ।  କେନ୍ଦ୍ର ଉଷୁନା ଚାଉଳ ନନେଲେ ଓଡ଼ିଶା ଉପରେ ୧୦ ହଜାର କୋଟି ବୋଝ ପଡ଼ିବ ।  ରାଜ୍ୟ ବିଜେପି ଚାଷୀଙ୍କ ପାଇଁ କୁମ୍ଭୀର କାନ୍ଦଣା ନକାନ୍ଦି କେନ୍ଦ୍ରକୁ ବୁଝାଉ ବୋଲି  ସୋମବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ରୋହିତ ପୂଜାରୀ ଓ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି । 

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook