Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

କେନ୍ଦ୍ରାପଡ଼ା: ବାଇକ ଚୋରି ର୍ୟାକେଟରେ ସମ୍ପୃକ୍ତ ଇଞ୍ଜିନିୟରିଂ ଛାତ୍ରଙ୍କ ସମେତ ୫ ଗିରଫ

ବାଲେଶ୍ୱର: ଜଳେଶ୍ୱର ଅଞ୍ଚଳର ଅଡିଓ ଭାଇରାଲ ଘଟଣାର ତଦନ୍ତ ନିଦେ୍ର୍ଧଶ ଦେଲେ ପୂର୍ବାଞ୍ଚଳ ଆଇଜି

ରାୟଗଡ଼ା: ୨୪ ଲକ୍ଷ ଲୁଟ ଘଟଣାରେ ୫ ଗିରଫ

banner

ଆଂଚଳିକ

ମୁଖ୍ୟ ଖବର

    ବ୍ଲାଷ୍ଟ ଫର୍ଣ୍ଣେସରେ ବିସ୍ଫୋରଣ; ୭ ଶ୍ରମିକ ଗୁରୁତର

    Share on :
    ajab-Image
    Date: Jul 2, 2020    Views: 2324

    ବ୍ରଜରାଜନଗର: ଝାରସୁଗୁଡ଼ା ଜିଲା ଲହଣ୍ଡାବୁଡ଼ ସ୍ଥିତ ଟିପିଏସଏଲ କାରଖାନାର ବ୍ଲାଷ୍ଟ ଫର୍ଣ୍ଣେସରେ ଆଜି ବିସ୍ଫୋରଣ ଘଟି ୭ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଆଜି ସକାଳ ୯.୩୦ ମିନିଟରେ କାରଖାନାର ଦ୍ୱିତୀୟ ମହଲାରେ ଥିବା ବ୍ଲାଷ୍ଟ ଫର୍ଣ୍ଣେସରେ ନିଆ ଲାଗି ଯିବାରୁ ବିସ୍ଫୋରଣ ଘଟିଥିଲା। ଏହାର ପ୍ରଭାବରେ ସେଠାରେ କାମ କରୁଥିବା ୭ ଜଣ ଶ୍ରମିକଙ୍କ ଉପରେ ଉତ୍ତତ୍ପ ତରଳ ଲୁହା ପଡିବାରୁ ସେମାନେ ଆହତ ହୋଇଥିଲେ। ତେବେ ତାଙ୍କ ମଧ୍ୟରୁ ୨ ଜଣ ଅଧିକ ଗୁରୁତର ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ପ୍ରଥମେ ଝାରସୁଗୁଡା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ହେଲେ ସେଠାରେ ବର୍ଣ୍ଣ ୟୁନିଟ ନ ଥିବାରୁ ସମସ୍ତଙ୍କୁ ରାଉରକେଲା ଆଇଜିଏଚ ହସ୍ପିଟାଲ ସ୍ଥାନନ୍ତରଣ କରାଯାଇଥିବା ଝାରସୁଗୁଡା ସିଡିଏମଓ ଜଗଦୀଶ ଚନ୍ଦ୍ର ବାରିକ  ସୂଚନା ପ୍ରଦାନ କରିଛନ୍ତି।

    Maximum 500 characters

    ଆଂଚଳିକ View all

    Find Us on Facebook