Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    କାହା ଉପରେ ବାଜିଛି କ୍ୟାବିନେଟ ମୋହର, ଜାଣନ୍ତୁ

    Share on :
    ajab-Image
    Date: May 29, 2020    Views: 5299

    ଭୁବନେଶ୍ୱର:  ଶୁକ୍ରବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଏହି ବୈଠକରେ ୨୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି ।   କ୍ୟାବିନେଟରେ କ’ଣ କ’ଣ ନିଷ୍ପତ୍ତି  ନିଆଯାଇଛି ସେ ସମ୍ପର୍କରେ ଶ୍ରୀ ତ୍ରିପାଠୀ ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁଯାୟୀ-
     -- କ୍ୟାବିନେଟରେ ୨୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି
    --  ପର୍ଯ୍ୟଟନ ପ୍ରକଳ୍ପ ଲାଗି ଇଡକୋ ଜମି ଯୋଗାଇ ଦେବ
     
    -- ହୋଟେଲ, ରେଷ୍ଟୁରାଣ୍ଟ ଲାଗି ଇଡକୋ ଏହି ଜମି ଯୋଗାଇଦେବ
     
    -- ଅଣ୍ଟର ଗ୍ରାଜୁଏଟ କୋର୍ସକୁ ପ୍ରଫେସନାଲ କୋର୍ସର ମାନ୍ୟତା ମିଳିବ
     
    -- ମାଳତୀ ଦେବୀ ପ୍ରାକ ବିଦ୍ୟାଳୟ କାର୍ଯ୍ୟକ୍ରମରେ ପିଲାଙ୍କୁ  ସହାୟତା ମିଳିବ
     
    -- ଅଙ୍ଗନବାଡ଼ି ପିଲାଙ୍କୁ  ମାଗଣାରେ ଜୋତା ଓ ସ୍ୱେଟର ଯୋଗାଇ ଦିଆଯିବ
     
    -- ଆସ୍କା ସୁଗାର କୋଅପରେଟିଭ ସୋସାଇଟିକୁ ୧୫ କୋଟିର ସହାୟତା । କ୍ୟାସ୍ କ୍ରେଡିଟ୍ ଆକାରରେ ଋଣ ନେବାକୁ କ୍ୟାବିନେଟ ଅନୁମୋଦନ । ଏହି ଟଙ୍କା ଆଖୁ ଚାଷୀଙ୍କୁ ପ୍ରଦାନ କରିବ ଆସ୍କା କୋପରେଟିଭ ସୁଗାର ଲି. 
    -- ଶକ୍ତି ବିଭାଗ ଅଧୀନକୁ ଆସିବ ‘ଓରେଡ଼ା’
    -- ସୋସାଇଟି ଆକ୍ଟରେ ପରିବର୍ତ୍ତନ ନେଇ ମୁଖ ସଚିବ ସୂଚନା ଦେଇଛନ୍ତି ।  ଏଣିକି ସବୁ ସୋସାଇଟି ୫ ବର୍ଷରେ ଥରେ ନବୀକରଣ କରିବେ । ଅଡିଟିର ମଧ୍ୟ ବ୍ୟବସ୍ଥା କରାଗଲା । ଏବଂ ଯଦି କୌଣସି ବିବାଦ ହୁଏ ତେବେ ଏନେଇ ଏକ ସ୍ୱତନ୍ତ୍ର ଫୋରମରେ ଅଭିଯୋଗ କରିପାରିବେ ଅଭିଯୋଗକାରୀ ।
    -- ଇ-ମାର୍କେଟ ଜରିଆରେ ନିଜ ଉପôାଦକୁ ଚାଷୀ ବିକିପାରିବେ

    -- ପେଟ୍ରୋଲ ଓ ଡିଜେଲ ଉପରେ ଭାଟ ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

    -- କେନ୍ଦ୍ରୀୟ ଓ ନବୋଦୟ ବିଦ୍ୟାଳୟକୁ ୧ ଟଙ୍କା ଭଡ଼ାରେ ଜମି ଦିଆଯିବ

    -- ଗ୍ରାମାଞ୍ଚଳ ଲୋକଙ୍କ ଆର୍ଥିକ ଅବସ୍ଥାର ଉନ୍ନତି ଲାଗି ପ୍ରସ୍ତାବ ଗୃହୀତ

    -- ରାଜ୍ୟରେ ପ୍ରତିଷ୍ଠା ହେବ ୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ: ଧାମରାରେ ଟେକ୍ସଟାଇଲ ଓ ଢେଙ୍କାନାଳରେ  ହେବ ମେଡିକାଲ ପାର୍କ । ଉଭୟ ପାର୍କ ପାଇଁ ୬ରୁ ୭ ହଜାର କୋଟି ଖର୍ଚ୍ଚ ହେବ । ଧାମରାରେ ୨୦ ହଜାର ଓ ଢେଙ୍କାନାଳରେ ୧୬ ହଜାରଙ୍କୁ ମିଳିବ ନିଯୁକ୍ତି ସୁଯୋଗ

    -- ପ୍ରବାସୀଙ୍କୁ ଜୀବିକା ଯୋଗାଇବେ ସରକାର: ପ୍ରବାସୀଙ୍କୁ ଜୀବିକା ଯୋଗାଇବାକୁ ୧୭ ହଜାର କୋଟି ଖର୍ଚ୍ଚ ହେବ ।  ଜୁନ ୨୦୨୦ରୁ ମାର୍ଚ୍ଚ ୨୦୨୧ ମଧ୍ୟରେ  ଏହି ଟଙ୍କା ଖର୍ଚ୍ଚ ହେବ । ଯୁଦ୍ଧକାଳୀନ ଭିତ୍ତିରେ ପ୍ରବାସୀଙ୍କୁ ଜୀବିକା ଯୋଗାଇବାକୁ ଯୋଜନା ରହିଛି । 

    -- ବାଲେଶ୍ୱରରେ ଏନଡିଆରଏଫର ଏକ ୟୁନିଟ ପ୍ରତିଷ୍ଠା ହେବ । ବାଲେଶ୍ୱର ଜିଲ୍ଲା ସଦର ତହସିଲରେ ହିଡିଗାଁରେ ୩ ଏକର ୫୦ ଡେସିମିଲ ଜାଗାରେ ଏନଡିଆରଏଫର ଗୋଟିଏ କଂପାନୀର ଏକ ହେଡକ୍ୱାଟର କରାଯିବା ନେଇ ଅନୁମତି ।

    ପ୍ରକାଶ ଯେ, କରୋନା ଯୋଗୁଁ ତାଲାବନ୍ଦ ପରିସ୍ଥିତି ରାଜ୍ୟର ସମ୍ବଳ ସଂଗ୍ରହକୁ ପ୍ରଭାବିତ କରିଛି ।  ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଓଡ଼ିଶା ସରକାର କେବଳ ସ୍ୱାସ୍ଥ୍ୟ ସେବା ଛାଡ଼ି ଦେଲେ ଅନ୍ୟ ସମସ୍ତ ବିଭାଗର ଖର୍ଚ୍ଚକୁ ସଂକୁଚିତ କରିଛନ୍ତି । ଏପରି ସ୍ଥିତିରେ ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରୀୟ ଯୋଜନା ବାବଦରେ ମିଳିବାକୁ ଥିବା ଅର୍ଥ ଆସିବା ନେଇ ମଧ୍ୟ ଅନିଶ୍ଚିତତା ଲାଗି ରହିଛି ।  ତୁରନ୍ତ ଆର୍ଥିକ ସ୍ଥିତିକୁ ସମ୍ଭାଳିବା ପାଇଁ କିଛି ନୂତନ ବାଟ ବାହାର କରିବା ଲାଗି ଯୋଜନା ସରକାର ଯୋଜନା କରୁଛନ୍ତି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା ।  ନବୀନ ସରକାରଙ୍କ ପଂଚମ ପାଳିର ପ୍ରଥମ ବର୍ଷ ପୂର୍ତିରେ ଆଜି ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କରୋନାଗସ୍ତ ଅର୍ଥନୀତିକୁ ସୁଧାରିବା ପାଇଁ ବିଭନ୍ନ ଆଲୋଚନା ହେବା ସହ ଏହି ବୈଠକରେ ୨୨ଟି ପ୍ରସ୍ତାବ ଉପରେ ଲାଗିଛି କ୍ୟାବିନେଟ ମୋହର । ଅର୍ଥ, ରାଜସ୍ୱ,ଖାଦ୍ୟ ଯୋଗାଣ, ସମବାୟ,ସଂସ୍କୃତି ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିବା ସହ ରାଜ୍ୟ ସରକାର ପର୍ୟ୍ୟଟନ କ୍ଷେତ୍ରକୁ ଚଳଚଂଳଚ କରିବା ପାଇଁ ୨୦୧୬ ପର୍ୟ୍ୟଟନ ନୀତିରେ ସଂଶୋଧନ ଆଣିଛନ୍ତି ରାଜ୍ୟ ସରକାର ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook