Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ରାଜ୍ୟ କ୍ୟାବିଟେନ ବୈଠକ, ୩ ପ୍ରସ୍ତାବ ଉପରେ ଲାଗିଲା ମୋହର

    Share on :
    ajab-Image
    Date: Sep 15, 2020    Views: 3392

    ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି  । ବୈଠକରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି  । ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି  । ସଂଶୋଧିତ ବ୍ୟବସ୍ଥା ଅନୁସାରେ ଉପକୃତ ହେବେ ପଞ୍ଜୀକୃତ ଟିକସଦାତା  । ସେହିପରି ଓଡ଼ିଶା ସ୍ଥାନୀୟ ପାଣ୍ଠି ସମୀକ୍ଷା ଅଧିନିୟମରେ ସଂଶୋଧନକୁ ମଧ୍ୟ ମଞ୍ଜୁରୀ ମିଳିଛି  । ବାଲେଶ୍ୱର ସୁବର୍ଣ୍ଣରେଖା ନଦୀରେ ଏକ ଉଚ୍ଚସ୍ତରୀୟ ସେତୁ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଛି  । ଏହି ସେତୁ ବାଲିଆପାଳ ଜାମକୁଣ୍ଡରୁ ଓ ଭୋଗରାଇ ବ୍ଲକକୁ ସଂଯୋଗ କରିବ  । ଏଥିପାଇଁ ୧୩୮ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି  । ସେତୁକୁ ୩୦ ମାସ ଭିତରେ ସାରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି  ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook