Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଦେଶରେ ବଢୁଛି କରୋନା ସଂକ୍ରମଣ

    Share on :
    ajab-Image
    Date: Feb 21, 2021    Views: 4306

    ନୂଆଦିଲ୍ଲୀ : ସାରା ଦେଶରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪ ହଜାର ୨୬୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୦ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଶନିବାର ୧୪ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତକାଲି ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ଏହି କ୍ରମରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୯,୯୧,୬୫୧କୁ ବୃଦ୍ଧି ହୋଇଥିବା ବେଳେ ମୋଟ ମୃତକଙ୍କ ସଂଖ୍ୟା ୧,୫୬,୩୦୨କୁ ବୃଦ୍ଧି ହୋଇଛି। ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୬୬୭ ଜଣ କରୋନାକୁ ମାତ୍ ଦେଇ ସୁସ୍ଥ ହୋଇଛନ୍ତି। ଏହି କ୍ରମରେ ସୁସ୍ଥ ସଂଖ୍ୟା ୧,୦୬,୮୯,୭୧୫କୁ ବୃଦ୍ଧି ହୋଇଛି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook