Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ରାଜ୍ୟରେ ୬୨ କରୋନା ପଜିଟିଭ ଚିହ୍ନଟ

    Share on :
    ajab-Image
    Date: Feb 23, 2021    Views: 3510

    ଭୁବନେଶ୍ୱର: ୨୪ ଘଣ୍ଟା ରାଜ୍ୟରେ ୧୮ଟି ଜିଲ୍ଲାରୁ ୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୫ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୭ କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
    ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୭୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୩୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୧୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୨ ଲକ୍ଷ ୭୩ ହଜାର ୩୦୨ସାମ୍ପୁଲ ଟେଷ୍ଟ୍ ହୋଇଛି।

    Maximum 500 characters

    ତାଜା ଖବର View all

    Find Us on Facebook