ମୁଖ୍ୟ ଖବର
ଭୁବନେଶ୍ୱର : ରାଜ୍ୟରେ ୨୨ ଟି ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୯ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୩୨ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୫୨୯ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୫ ଜଣ, ମୟୂରଭଞ୍ଜରୁ ୮ ଜଣ, ବରଗଡ଼ରୁ ୭ ଜଣ, ବାଲେଶ୍ବର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ ଲେଖାଏଁ, ଝାରସୁଗୁଡାରୁ ୫ ଜଣ, ଭଦ୍ରକ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, କଟକରୁ ୩ ଜଣ, ପୁରୀରୁ ୨ ଜଣ, ଅନୁଗୁଳ, ଦେବଗଡ଼, ଗଜପତି, ଗଞ୍ଜାମ,କଳାହାଣ୍ଡି, କେନ୍ଦ୍ରାପଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୯୨ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Comments ସମସ୍ତ ମତାମତ