Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    କରୋନା ନେଲା ଆଉ ୧୪ ଜୀବନ

    Share on :
    ajab-Image
    Date: Oct 18, 2020    Views: 2787

    ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ଜୀବନ ଯାଇଛି  । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୧୩୫ରେ ପହଞ୍ଚôଛି  । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  । 

    ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ କଟକ ଓ ଜଗତସିଂହପୁର ଜିଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି  । ସେହିପରି ସମ୍ବଲପୁର, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ, ମୟୂରଭଞ୍ଜ ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି  । 

    ପ୍ରକାଶ ଯେ, ରାଜ୍ୟରେ ଆଜି ୨୦୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ସେମାନଙ୍କ ମଧ୍ୟରୁ ୧୧୬୮ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୫୧ଟି ଲୋକାଲ କେସ ରହିଛି  । ଏହି ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୮ ହଜାର ୩୬୪ରେ ପହଞ୍ଚô ଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୪୪ ହଜାର ୨୨୭ ଜଣ ସୁସ୍ଥ ହୋଇ ସାରିଲେଣି  । ବର୍ତ୍ତମାନ ସୁଦ୍ଧ ୨୨ ହଜାର ୯୪୯ ଜଣ ଚିକିତ୍ସାଧୀନ ରହିଛନ୍ତି  । 

    Maximum 500 characters

    ତାଜା ଖବର View all

    Find Us on Facebook