ମୁଖ୍ୟ ଖବର
କେନ୍ଦ୍ରାପଡ଼ା: ହାତ ବନ୍ଧା ଅବସ୍ଥାରେ ଜଣେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଲୁଣାନଦୀର ପଳାଶପୁର ନିକଟରୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଉଭୟଙ୍କ ମୃତଦେହକୁ ସ୍ଥାନୀୟ ଲୋକେ ଦେଖି ଖବର ଦେବା ପରେ ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର କରିଛନ୍ତି । ତେବେ କେଉଁ ପରିସ୍ଥିତିରେ ଦୁହିଁଙ୍କ ମୃତୁ୍ୟ ହେଲା ସେ ସମ୍ପର୍କରେ ଖବର ଲେଖା ସୁଦ୍ଧା କିଛି ଜଣାପଡ଼ିନାହିଁ । ଅନ୍ୟପକ୍ଷରେ ପୁଲିସ ଘଟଣାର ଛାନଭିନ ଆରମ୍ଭ କରିଥିବା ଜଣାଯାଇଛି ।
Comments ସମସ୍ତ ମତାମତ