Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ କଂଗ୍ରେସ ଓ ବିଜେଡି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ

    Share on :
    ajab-Image
    Date: Oct 15, 2020    Views: 3153

    ବାଲେଶ୍ୱର : ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ଓ ବିଜେଡି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି। କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ନିଜର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଥିବା ଜଣାଯାଇଛି। ତାଙ୍କ ସହ ବରିଷ୍ଠ କଂଗ୍ରେସ ନେତା ଦିବ୍ୟଜ୍ୟୋତି ପଟ୍ଟନାୟକ ଓ ସୁଦର୍ଶନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
    ଅପରପକ୍ଷରେ ବିଜେଡି ପ୍ରାର୍ଥୀ ସ୍ବରୂପ କୁମାର ଦାସ ନିଜର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା, ପର୍ୟ୍ୟବେକ୍ଷକ ପ୍ରତାପ ଜେନା, ମନ୍ତ୍ରୀ ସମୀର ରଂଜନ ଦାଶ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ଦେବୀ ମିଶ୍ର  ଓ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
    ସୂଚନାଯୋଗ୍ୟ, ବାଲେଶ୍ବର ସଦର ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ମାନସ କୁମାର ଦତ୍ତ ଗତକାଲି ପ୍ରାର୍ଥୀପତ୍ର ଦାଖଲ କରିଥିଲେ।

    Maximum 500 characters

    ରାଜନୀତି View all

    Find Us on Facebook