Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଭଉଣୀ ଗାଳି ଦେଲା ବୋଲି ନିଜ ଦେହରେ ନିଅାଁ ଲଗାଇ ଦେଲା ନବମ ଶ୍ରେଣୀର ଛାତ୍ର

ଟଙ୍କା ପାଇଁ ହାଣିଲେ, ବାଇକ ଲୁଟିନେଲେ

ଉଠା ଦୋକାନୀଙ୍କ ତାଲିକା ମିଳିବା ପରେ ଥଇଥାନ ବ୍ୟବସ୍ଥା କରାଯିବ : ମନ୍ତ୍ରୀ

ବୋକୋରୋରେ ଦୁଇ ଯବାନ ସହିଦ, ଜଣେ ଆହତ

ଉତର ପୂର୍ବାଂଚଳରେ ୧୧ ଘଂଟିଆ ବନ୍ଦ ଡାକରା : ଦୋକାନ, କଲେଜ ସବୁ ବନ୍ଦ

ଗୁମ୍ଫା ଭିତରୁ ଯୁବକଙ୍କ ଶବ ଉଦ୍ଧାର

ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଉଚ୍ଛେଦକୁ ବିରୋଧ କଲେ ବ୍ୟବସାୟୀ ଓ ନେତା, ଦାବି : ‘ଆଗ ଥଇଥାନ, ପଛରେ ଉଚ୍ଛେଦ’

banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ୫୮୭ ଥାନା ପାଇଁ ୧୭.୫ କୋଟି ଟଙ୍କା ମଞ୍ଜୁର କଲେ ନବୀନ

    Share on :
    ajab-Image
    Date: Oct 28, 2019    Views: 1134

    ଭୁବନେଶ୍ୱର:  ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଥାନାଗୁଡ଼ିକରେ ଜନସାଧାରଣ କିପରି ସେବା ପାଉଛନ୍ତି ସେ ସମ୍ପର୍କରେ ନିୟମିତ ଜନସାଧାରଣଙ୍କ ମତାମତ ନେଉଛନ୍ତି । ଥାନାଗୁଡ଼ିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବାର ଯୋଗାଇ ଦେଇପାରିବ ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର  ସମସ୍ତ ୫୮୭ଟି ଥାନା ପାଇଁ ବାର୍ଷିକ ୧୭.୫ କୋଟି ଟଙ୍କାର ଅତିରିକ୍ତ କଣ୍ଟିଜେନ୍ସି ଫଣ୍ଡ ମଞ୍ଜୁର କରିଛନ୍ତି । 

    ତଦନୁଯାୟୀ ଭୁବନେଶ୍ୱର-କଟକ ପୁଲିସ କମିଶନରରେ ଥିବା ସମସ୍ତ ୪୪ଟି ଥାନା ପାଇଁ ମାସିକ ୪୦ ହଜାର ଟଙ୍କା ଲେଖାଏଁ ୧୪୨ଟି ସହରାଞ୍ଚଳ ଥାନା ପାଇଁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ଓ ୩୫୧ଟି ଗ୍ରାମାଞ୍ଚଳ ଥାନା ପାଇଁ ମାସିକ ୨୦ ହଜାର ଟଙ୍କା  ଲେଖାଏଁ ମଞ୍ଜୁର କରାଯାଇଛି । 

     ସେହିପରି ୪ଟି ମହିଳା ଥାନା, ୫ଟି ଟ୍ରାଫିକ ଥାନ, ୧୫ଟି ରେଳବାଇ ଥାନା, ୪ଟି ସାଇବର ଥାନା, ଗୋଟିଏ ଅର୍ଥନୈତିକ ଅପରାଧ ଥାନା, ଗୋଟିଏ ଏସଟିଏଫ ଥାନା, ଗୋଟିଏ ଏଚଆରପିସି ଥାନା, ଗୋଟିଏ କ୍ରାଇମବ୍ରାଞ୍ଚ ଥାନା ନିମନ୍ତେ ପ୍ରତ୍ୟେକଙ୍କୁ ମାସିକ ୩୦  ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଥିବା ବେଳେ ରାଜ୍ୟର ଉପକୂଳରେ ଥିବା ୧୮ଟି ସାମୁଦ୍ରିକ ଥାନାଗୁଡ଼ିକ ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook