ମୁଖ୍ୟ ଖବର
ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ତଦନ୍ତ ଅଗ୍ରଗତି ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ମାମଲାର କେସ ଡାଏରୀ ଦାଖଲ ପାଇଁ ହାଇକୋର୍ଟ କ୍ରାଇମବ୍ରାଞ୍ଚକୁ ନିଦେ୍ର୍ଧଶ ଦେଇଛନ୍ତି । ଏଥିସହ ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ଦେବାକୁ ମଧ୍ୟ ହାଇକୋର୍ଟ ନିଦେ୍ର୍ଧଶ ଦେଇଛନ୍ତି । ଅନ୍ୟପକ୍ଷରେ ଆସନ୍ତା ନଭେମ୍ବର ୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି । ଲକଡାଉନରେ ରାଜଧାନୀରେ ଘଟିଥିବା ନାବାଳିକା ଗଣଦୁଷ୍କର୍ମ ମାମଲାରେ ପୂର୍ବରୁ ମହିଳା କମିଶନଙ୍କ ନିକଟରେ ହାଜର ହୋଇଥିଲେ ଓଟିଭି ଏମଡି ଜାଗିମଙ୍ଗତ ପଣ୍ଡା ।
Comments ସମସ୍ତ ମତାମତ