Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଆଇଏଏସସ୍ତରରେ ଅଦଳବଦଳ

    Share on :
    ajab-Image
    Date: Jun 30, 2020    Views: 3423

    ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ସ୍ତରରେ ଛୋଟ ଅଦଳବଦଳ କରାଯାଇଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଆଇଏଏସ ସତ୍ୟବ୍ରତ ସାହୁଙ୍କୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) ବିଭାଗର ପ୍ରମୁଖ ସଚିବ ନିଯୁକ୍ତି କରାଯାଇଛି । ରାଜ୍ୟ ଯୋଜନା ଓ ସଂଯୋଜନା ବିଭାଗର ସ୍ୱତନ୍ତ୍ର ସଚିବ ଆଇଏଏସ ଗୋପବନ୍ଧୁ ଶତପଥୀଙ୍କୁ ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିଦେ୍ର୍ଧଶକ ଭାବେ ବଦଳି କରାଯାଇଛି । ଏହି ପଦବି ସ୍ୱତନ୍ତ୍ର ସଚିବ ପାହ୍ୟା ସହ ସମାନ ବୋଲି ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିଦେ୍ର୍ଧଶକ ଥିବା ଆଇଏଏସ ଦେବେନ୍ଦ୍ର କୁମାର ଜେନାଙ୍କୁ ରାଜ୍ୟ ଯୋଜନା ଓ ସଂଯୋଜନା ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନେଇ ବିଜ୍ଞପ୍ତି ଜାରି କରାଯାଇଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook