Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଲିଙ୍ଗରାଜ ମନ୍ଦିରର ବିକାଶ ପାଇଁ ସରକାରଙ୍କ ବଡ଼ ନିଷ୍ପତି

    Share on :
    ajab-Image
    Date: Dec 14, 2020    Views: 4916

    ଭୁବନେଶ୍ୱର : ରାଜ୍ୟ ସରକାର ଲିଙ୍ଗରାଜ ମନ୍ଦିରର ବିକାଶ ଓ ସୁପରିଚାଳନା ନିମନ୍ତେ ବଡ଼ ନିଷ୍ପତି ନେଇଛନ୍ତି  । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତି ନିଆଯାଇଛି  । 

    ଏନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇ କହିଛନ୍ତିଯେ, ଲିଙ୍ଗରାଜ ମନ୍ଦିର, ଏହାର ସମ୍ପତି ଓ ପରିସର ମଧ୍ୟରେ ଏବଂ ବାହାରେ ଥିବା ଅନ୍ୟ ମନ୍ଦିର, ପବିତ୍ର ସ୍ଥାନ ଓ ମଠ ସମ୍ପର୍କିତ ବ୍ୟାପାରର ସୁପରିଚାଳନା ଓ ସୁଶାସନକୁ ଦୃଷ୍ଟିରେ ରଖି ଏହାର ପରିଚାଳନା ଦାୟିତ୍ୱ ଏକ କମିଟିକୁ ନ୍ୟସ୍ତ କରିବା ନିମନ୍ତେ ଏକ ଅଧ୍ୟାଦେଶକୁ କ୍ୟାବିନେଟ ଅନୁମୋଦନ ପ୍ରଦାନ କରିଛନ୍ତି  । ଏହାଦ୍ୱାରା ମନ୍ଦିରର କାର୍ଯ୍ୟଗୁଡ଼ିକର ଉତର ଓ ସଠିକ ପରିଚାଳନା ହେବା ସହିତ ତୀର୍ଥଯାତ୍ରୀ, ଭକ୍ତ ଏବଂ ଉପାସକମାନଙ୍କୁ ଉନ୍ନତ ସୁବିଧା ଯୋଗାଇ ହେବ  । ଏହା ମଧ୍ୟ ମନ୍ଦିରର ସମ୍ପତି ସୁରକ୍ଷିତ ରଖିବା ପାଇଁ କମିଟିକୁ ସଶକ୍ତ କରିବ  ।

    ଏହି ଅଧ୍ୟାଦେଶରେ ମନ୍ଦିରର ସୁପରିଚାଳନା ନିମନ୍ତେ ବିସ୍ତୃତ ଭାବେ ବ୍ୟବସ୍ଥା କରାଯାଇଛି  । ପରିଚାଳନା କମିଟି ଗଠନ, କମିଟିର ସଭ୍ୟ ସଂଖ୍ୟା, କମିଟିର ଦାୟିତ୍ୱ ଓ କ୍ଷମତା, ପରିଚାଳକଙ୍କର କ୍ଷମତା ଓ ଦାୟିତ୍ୱ, ମନ୍ଦିରର ସ୍ଥାବର ଓ ଅସ୍ଥାବର ସମ୍ପତିର ସୁରକ୍ଷା ଏବଂ ପରିଚାଳନା, ସେବକମାନଙ୍କର ଭୂମିକା ଓ ଦାୟିତ୍ୱ, ମନ୍ଦିର ପାଣ୍ଠି ଗଠନ ଓ ପରିଚାଳନା ଇତ୍ୟାଦି ବ୍ୟବସ୍ଥା ହୋଇଛି  ।

    ଏତଦବ୍ୟତୀତ ନିକଟ ଅତୀତରେ ଲିଙ୍ଗରାଜ ମନ୍ଦିରର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଅନେକଗୁଡ଼ିଏ ପ୍ରସ୍ତାବ କାର୍ଯ୍ୟକାରୀ କରିବାକୁ ମନସ୍ଥ କରିଛନ୍ତି ଯାହାକି ଅଗ୍ରାଧିକାର ଭିତିରେ କରାଯିବା ଆବଶ୍ୟକ । ଯେହେତୁ ବିଧାନସଭା ବର୍ତମାନ ମୁଲତବୀ ହୋଇଅଛି, ତେଣୁ ଏହି ଅଧ୍ୟାଦେଶ ଜରିଆରେ ଏହି ନୂତନ ଆଇନର ବ୍ୟବସ୍ଥା କରାଯାଇଛି  ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook