Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଆସନ୍ତାକାଲିଠାରୁ ମାଟ୍ରିକ୍ ଖାତା ଦେଖା

ଖୋର୍ଦ୍ଧା: ହାତୀ ଆକ୍ରମଣରେ ୩ ଭାଇ ଆହତ, ୨ ଗୁରୁତର

କଟକ: ମର୍କତନଗର ଥାନା କାଠଯୋଡ଼ି ବିହାର ବସ୍ତିରେ ଦୁଷ୍ଟାମୀ ପାଇଁ ୬ ବର୍ଷର ଝିଅକୁ ଚେଙ୍କ ଦେଲା ମା’

ରାଜ୍ୟରେ ଆଉ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭାରତରେ ୪ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଇଦ ଶୁଭେଚ୍ଛା

କାମାକ୍ଷାନଗର: ଭୁଜାଲି ଦେଖାଇ ୩ ଲକ୍ଷ ଲୁଟ

ଶୀଘ୍ର ଚାଲିବ ‘ମୋ ବସ’, କେଉଁ ରୁଟରେ କେତେ ବସ ଚାଲିବ ମଙ୍ଗଳବାର ନିଷ୍ପତ୍ତି

banner

ରାଜନୀତି

ମୁଖ୍ୟ ଖବର

    ଭୁବନେଶ୍ୱରରେ ମୋଦୀ

    Share on :
    ajab-Image
    Date: May 22, 2020    Views: 3022

    ଭୁବନେଶ୍ୱର: ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ପନ’ କ୍ଷୟକ୍ଷତିର ସମୀକ୍ଷା କରିବା ପରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।  ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ମୋଦୀ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । 

     ସେଠାରେ ଉପସ୍ଥିତ ରାଜ୍ୟପାଳ ପ୍ର.ଗଣେଶୀଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,  ମୁଖ୍ୟ ଶାସନ ସଚିବ, ଡିଜିପି, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା,  ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ନେତା ପ୍ରଦୀପ୍ତ ନାଏକ, ମନମୋହନ ସାମଲ, ବିଜେପି ରାଜ୍ୟ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ପ୍ରମୁଖ ମୋଦୀଙ୍କୁ ସ୍ୱାଗତ କରିଥିଲେ ।

    ପ୍ରକାଶ ଯେ,  ‘ଅମ୍ପନ’ ଯୋଗୁଁ ଓଡ଼ିଶାର ୪ଟି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହାର ଅନୁଧ୍ୟାନ କରିବା ଲାଗି ମୋଦି  ଓଡ଼ିଶା ଆସିଛନ୍ତି । ସେ ବାୟୁସେନାର ହେଲିକପ୍ଟର ଯୋଗେ ଉପକୂଳ ଜିଲ୍ଲାଗୁଡ଼ିକରେ ବାତ୍ୟା ଜନିତ କ୍ଷୟକ୍ଷତିକୁ ଆକାଶ ମାର୍ଗରୁ ଅନୁଧ୍ୟାନ କରିବେ । ପ୍ରଧାନମନ୍ତ୍ରୀଙ୍କ ସହିତ ହେଲିକପ୍ଟରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି ।  ପାଖାପାଖି ଦୁଇଘଣ୍ଟା ଧରି ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ୪ ପ୍ରଭାବିତ ଜିଲ୍ଲାର ସ୍ଥିତି ଅନୁଧ୍ୟାନ କରିବେ। ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରୁ ଅନୁଧ୍ୟାନ କରି ଫେରିବା ପରେ ଅପରାହ୍ନ ୫ଟାରୁ ୬ଟା ପର୍ୟ୍ୟନ୍ତ  ବିଜୁ ପଟ୍ଟନାୟକ ବିମାନବନ୍ଦର ପରିସରରେ ଏକ ସମୀକ୍ଷା ବୈଠକରେ ଯୋଗଦେବେ । ରାଜ୍ୟ ସରକାରଙ୍କ ସହ ରିଲିଫ୍ ଓ ମରାମତି କାର୍ୟ୍ୟର ସମୀକ୍ଷା କରିବେ। ସନ୍ଧ୍ୟା ୬.୧୫ ମିନିଟରେ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିଯିବେ। 

    Maximum 500 characters

    ରାଜନୀତି View all

    Find Us on Facebook