Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଶିଶୁସେବା ଅନୁଷ୍ଠାନ ଗୁଡିକର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

    Share on :
    ajab-Image
    Date: Oct 30, 2019    Views: 374

    ଜିଲ୍ଲାମାନଙ୍କର ଆବଶ୍ୟକତା ଭିତିରେ ୧୦ ରୁ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା  
    ଭୁବନେଶ୍ୱର :  ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଶିଶୁ କଲ୍ୟାଣ ଅନୁଷ୍ଠାନ ଗୁଡିକର ଉନ୍ନତି ଓ ପିଲାମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ସହାୟତା ଘୋଷଣା କରିଛନ୍ତି  । ରାଜ୍ୟର ୩୦ଟି ଜିଲ୍ଲାରେ ଥିବା ଶିଶୁ କଲ୍ୟାଣ ପ୍ରତିଷ୍ଠାନ ଗୁଡିକରେ ରହୁଥିବା ଶିଶୁମାନଙ୍କ ମଙ୍ଗଳ ପାଇଁ ରେଡକ୍ରସ ସୋସାଇଟି ଜରିଆରେ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ । ଗଞ୍ଜାମ, ମୟୁରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ, କେଉଁଝର ଓ ସମ୍ବଲପୁର ଭଳି ଜିଲ୍ଲାମାନଙ୍କର ଅତିରିକ୍ତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସେହି ଜିଲ୍ଲାମାନଙ୍କ ପାଇଁ ଅଧିକ ୧୦ ଲକ୍ଷ ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି ।

    ସୂଚନାଯୋଗ୍ୟ ଯେ, ଗତ ଦୀପାବଳି ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ସ୍ଥିତ ଏସଓଏସ୍ ଭିଲେଜ୍ ପରିଦର୍ଶନ କରି ପିଲାମାନଙ୍କ ସହିତ ଦୀପାବଳି ପାଳନ କରିଥିଲେ । ୫- ଟି କାର୍ଯ୍ୟକ୍ରମର ଅଂଶ ସ୍ୱରୂପ ରାଜ୍ୟର ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଶିଶୁ ସେବା ଅନୁଷ୍ଠାନ ଯଥା ଅନାଥାଶ୍ରମ, ଭିନ୍ନକ୍ଷମ ପିଲାମାନଙ୍କ ସ୍କୁଲ ଇତ୍ୟାଦି ପରିଦର୍ଶନ କରି ପିଲାଙ୍କ ସହ ଦୀପାବଳି ଉତ୍ସବ ପାଳନ କରିବା ଏବଂ ପିଲାମାନଙ୍କ ଭଲମନ୍ଦ ସଂପର୍କରେ ପ·ରି ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଧଶ ଅନୁଯାୟୀ ମୁଖ୍ୟ ସଚିବ, ଅନ୍ୟ ବରିଷ୍ଠ ଅଧିକାରୀମାନେ ଏବଂ  ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ ଶିଶୁ ସେବା ଓ କଲ୍ୟାଣ ସଂସ୍ଥାଗୁଡିକ ପରିଦର୍ଶନ କରିଥିଲେ । ଏହି ପରିଦର୍ଶନ ପରେ ଜିଲ୍ଲାପାଳମାନେ ଏହି ଶିଶୁ ସେବା ସଂସ୍ଥା ଗୁଡିକରେ ରହୁଥିବା ପିଲାମାନଙ୍କ ସହିତ ସେମାନଙ୍କର ଆବଶ୍ୟକତା ଓ ଭଲମନ୍ଦ ସଂପର୍କରେ ପ·ରି ବୁଝିଥିଲେ । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook