Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ‘ଆମେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ’

    Share on :
    ajab-Image
    Date: Jun 26, 2020    Views: 4664

    ଭୁବନେଶ୍ୱର: ଶୁକ୍ରବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ  କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁର୍ନଗଠନକୁ ଗୁରୁତ୍ୱ ଦେଇଛନ୍ତି । ଏଥିସହ ଆମେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 

    ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଓ ଭାଗିଦାରୀମୂଳକ ହେବା ଉଚିତ ।  ୩ ମାସ ହେଲା କରୋନା ରାଜ୍ୟବାସୀଙ୍କ ଜୀବନକୁ ଗଭୀର ପ୍ରଭାବିତ କରିଛି ।  ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁଁ ଓଡ଼ିଶା ଭଲ ସ୍ଥିତିରେ ଅଛି ।  ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଏବର୍ଷ ଭଲ ବର୍ଷା ହେବ ।  ଜୁନ ଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ହେଉଛି ଗୁରୁତ୍ୱପୂର୍ଣ୍ଣ ।  ଏହି ସମୟରେର ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ ।  ତେବେ ଆମେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook