Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

କେନ୍ଦ୍ରାପଡ଼ା: ବାଇକ ଚୋରି ର୍ୟାକେଟରେ ସମ୍ପୃକ୍ତ ଇଞ୍ଜିନିୟରିଂ ଛାତ୍ରଙ୍କ ସମେତ ୫ ଗିରଫ

ବାଲେଶ୍ୱର: ଜଳେଶ୍ୱର ଅଞ୍ଚଳର ଅଡିଓ ଭାଇରାଲ ଘଟଣାର ତଦନ୍ତ ନିଦେ୍ର୍ଧଶ ଦେଲେ ପୂର୍ବାଞ୍ଚଳ ଆଇଜି

ରାୟଗଡ଼ା: ୨୪ ଲକ୍ଷ ଲୁଟ ଘଟଣାରେ ୫ ଗିରଫ

banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା, ନିଆଗଲା ବଡ଼ ନିଷ୍ପତ୍ତି

    Share on :
    ajab-Image
    Date: Jul 14, 2020    Views: 4844

    କାଲିଠୁ ପ୍ଲାଜମା ଥେରାପି

    ସମ, କିମ୍ସ ଓ କଟକ ଅଶ୍ୱିନୀରେ ପ୍ଲାଜମା ଥେରାପି ଆରମ୍ଭ ହେବ
    ଗଞ୍ଜାମ, କଟକ, ଯାଜପୁର, ସୁନ୍ଦରଗଡ଼ ଓ ଖୋର୍ଦ୍ଧାକୁ ଅଧିକ ଫୋକସ
    ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଏବେ କିଛି ଶୁଣୁନାହିଁ । ତିନି ମାସ କାଁ ଭାଁ ଜଣେ ଦୁଇ ଜଣ ଲୋକ ମହାମାରୀରେ ଆକ୍ରାନ୍ତ ହେଉଥିବାବେଳେ ଏବେ ଦିନକୁ ଶହ ଶହ ସଂଖ୍ୟାରେ ସଂକ୍ରମିତ ବାହାରୁଛନ୍ତି । ରାଜ୍ୟରେ ପରିସ୍ଥିତି ଏପରି ହେଲାଣି ଯେ, ସଂକ୍ରମଣ ଦିନ କେଇଟାରେ ସବୁ ଅଙ୍କକୁ ଓଲଟପାଲଟ କରିଦେଇଛି ।  ପୂର୍ବରୁ ଜଣେ ଆକ୍ରାନ୍ତ ବାହାରିଲେ ତା’ର ଠିକଣା ଖୋଜି ଲୋକେ ତୁଣ୍ଡରେ ଘୋଷି ଦେଉଥିଲେ । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଆଉ ଗଣି ହେଉନାହିଁ । ସବୁଠାରୁ ବଡ଼ କଥା ହେଲା ଏବେ ସବୁ ବର୍ଗର ଲୋକେ ସଂକ୍ରମିତ ହୋଇସାରିଲେଣି ।  ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ, ଏମିତିକି ଡାକ୍ତର, ପୁଲିସ, ଯବାନଙ୍କୁ ମଧ୍ୟ କରୋନା ଛାଡ଼ି ନାହିଁ । କରୋନାର କଲବଲ ରୂପକୁ ଦେଖି ରାଜ୍ୟ ସରକାର ମଧ୍ୟ ହଡ଼ବଡ଼ ହୋଇଗଲେଣି ।  

    ଏହାରି ଭିତରେ ଏକ ବଡ଼ ଖବର ସାମାନାକୁ ଆସିଛି । ତାହା ହେଲା ରାଜ୍ୟରେ ଆସନ୍ତାକାଲି ଅର୍ଥାତ ବୁଧବାର ଠାରୁ ପ୍ଲାଜମା ଥେିରାପି ଆରମ୍ଭ କରାଯିବ ।  ଭୁବନେଶ୍ୱରସ୍ଥ ସମ, କିମ୍ସ ଓ କଟକ ଅଶ୍ୱିନୀ ହସ୍ପିଟାଲରେ ଏହି ପ୍ଲାଜମା ଥେରାପି ଆରମ୍ଭ ହେବ ।  କଟକ ଏସସିବି ମେଡିକାଲ କଲେଜ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ହେବ ।  ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ପ୍ଲାଜମା ଥେରାପି ନେଇ ସୂଚନା ମିଳିଛି ।

    ଅନ୍ୟପକ୍ଷରେ କୋଭିଡ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ  ସମୀକ୍ଷା ବୈଠକରେ  ୫ଟି ଜିଲ୍ଲାକୁ ଅଧିକ ଫୋକସ କରାଯାଇଛି । ୫ଟି ଫୋକସ ଜିଲ୍ଲାର ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପରାମର୍ଶ ଦିଆଯାଇଛି ।  ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, କଟକ, ଯାଜପୁର, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ।   ଏହି ଅବସରରେ ୫ଟି ଜିଲ୍ଲାକୁ ଅଧିକ ପ୍ରବାସୀଙ୍କ ଆଗମନ ଯୋଗୁଁ ପରିସ୍ଥିତି ଆହ୍ୱାନମୂଳକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  ଗଞ୍ଜାମ ଜିଲ୍ଲାରେ ଅଦôକ ମାନବସମ୍ବଳ ସହ ଭିତ୍ତିଭୂମି ସୁଦୃଢ ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ  ଦେଇଛନ୍ତି । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook