Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପାଇଁ ପୁରୀରେ ନବୀନ

    Share on :
    ajab-Image
    Date: Oct 17, 2020    Views: 5488

    ପୁରୀ : ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଥିବା ବେଳେ ମନ୍ଦିର ଖୋଲିବା ପାଇଁ ଦାବି ହେଉଛି । ଏହାରି ମଧ୍ୟରେ ଆଜି ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଡଦାଣ୍ଡର ସୌନ୍ଦର୍ୟ୍ୟକରଣ ଓ ଉନ୍ନୟନମୂଳକ କାର୍ୟ୍ୟର ସମୀକ୍ଷା କରିବେ ନବୀନ । ଏହା ସହ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ପୋଲିସ ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଡଗ ସ୍କ୍ୱାଡ, ବମ ସ୍କ୍ୱାଡ ଦ୍ୱାରା ତନ୍ନ ତନ୍ନ କରି ଯାଞ୍ଚ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ, ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ, ଏସପି ଅଖିଳେଶ୍ଵର ସିଂ ଏବଂ ଉପଜିଲ୍ଲାପାଳ ଭବତାରଣ ସାହୁ ଶ୍ରୀମନ୍ଦିର ଚାରିପାଖ ବୁଲି ସମୀକ୍ଷା କରିବା ସହ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିଲେ ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook