ମୁଖ୍ୟ ଖବର
କଟକ: ଆଜି ବିଶିଷ୍ଟ ସମାଜସେବୀ ଡି.ପ୍ରକାଶ ରାଓଙ୍କ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। କଟକ କାଳିଆ ବୋଦା ଶ୍ମଶାନରେ ଡି.ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ତାଙ୍କ ଝିଅ ମୁଖାଗ୍ନି ଦେଇଛନ୍ତି।
ସୂଚନା ଯୋଗ୍ୟ ଯେ ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ(୬୩)ଙ୍କର ବୁଧବାର ଅପରାହ୍ଣରେ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିଲା। ସେ ଦୀର୍ଘଦିନ ଧରି କରୋନାରେ ଆକ୍ରାନ୍ତ ହୋଇ ଏସ୍ସିବି କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। କରୋନାରେ ଆକ୍ରାନ୍ତ ହେବା ସହିତ ସେ ଦୁଇଥର ହୃଦ୍ଘାତର ଶିକାର ହୋଇଥିଲେ। କିଛିଦିନ ତଳେ ସେ କରୋନାରୁ ଆରୋଗ୍ୟ ଲାଭ କରିଥିଲେ। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ସେଣ୍ଟ୍ରାଲ ଆଇସିୟୁକୁ ସ୍ଥାନାନ୍ତର କରାଯିବାର ଥିଲା। ଡାକ୍ତରଙ୍କ ଚେଷ୍ଟା ସତ୍ତ୍ବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ହୋଇନଥିଲା। ଗତକାଲି ଅପରାହ୍ଣ ୪ଟା ୧୫ରେ ତାଙ୍କର ମୃତ୍ୟୁ ଘଟିଥିଲା।
ପ୍ରକାଶ ରାଓ ବକ୍ସିବଜାରରେ ଏକ ଚା’ ଦୋକାନ କରିବା ସହ ‘ଆଶ୍ବା ଓ ଆଶ୍ବାସନା’ ବିଦ୍ୟାଳୟ ଖୋଲି ଗରିବ ବସ୍ତିବାସିନ୍ଦାଙ୍କ ପିଲାଙ୍କୁ ପାଠ ପଢ଼ାଉଥିଲେ। ନିଜ ରୋଜଗାର ଟଙ୍କା ଖର୍ଚ୍ଚ କରି ପିଲାଙ୍କ ଯତ୍ନ ଓ ପଢ଼ା ଖର୍ଚ୍ଚ ବହନ କରୁଥିଲେ। ସେବା ପାଇଁ ୨୦୧୯ରେ ପ୍ରକାଶଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଥିଲେ। ୨୦୧୮ ମେ ୨୫ରେ କଟକରେ ଆୟୋଜିତ ଜନସମ୍ବାଦ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରକାଶ ରାଓଙ୍କୁ ଭେଟିଥିଲେ। ପରେ ମେ ୨୭ରେ ‘ମନକୀ ବାତ୍’ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ଡି. ପ୍ରକାଶ ରାଓଙ୍କ ସମ୍ପର୍କରେ କହିଥିଲେ।
Comments ସମସ୍ତ ମତାମତ