Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
BREAKING NEWS

ଭଉଣୀ ଗାଳି ଦେଲା ବୋଲି ନିଜ ଦେହରେ ନିଅାଁ ଲଗାଇ ଦେଲା ନବମ ଶ୍ରେଣୀର ଛାତ୍ର

ଟଙ୍କା ପାଇଁ ହାଣିଲେ, ବାଇକ ଲୁଟିନେଲେ

ଉଠା ଦୋକାନୀଙ୍କ ତାଲିକା ମିଳିବା ପରେ ଥଇଥାନ ବ୍ୟବସ୍ଥା କରାଯିବ : ମନ୍ତ୍ରୀ

ବୋକୋରୋରେ ଦୁଇ ଯବାନ ସହିଦ, ଜଣେ ଆହତ

ଉତର ପୂର୍ବାଂଚଳରେ ୧୧ ଘଂଟିଆ ବନ୍ଦ ଡାକରା : ଦୋକାନ, କଲେଜ ସବୁ ବନ୍ଦ

ଗୁମ୍ଫା ଭିତରୁ ଯୁବକଙ୍କ ଶବ ଉଦ୍ଧାର

ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଉଚ୍ଛେଦକୁ ବିରୋଧ କଲେ ବ୍ୟବସାୟୀ ଓ ନେତା, ଦାବି : ‘ଆଗ ଥଇଥାନ, ପଛରେ ଉଚ୍ଛେଦ’

banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ବଳଦେବଜିଉ ମନ୍ଦିର ଓ ବଡ଼ଦାଣ୍ଡ ପାଇଁ ସାଢେ଼ ୮ କୋଟି

    Share on :
    ajab-Image
    Date: Nov 6, 2019    Views: 1017

    ଭୁବନେଶ୍ୱର: ଗତ ସ୍ନାନ ପୂର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ବଳଦେବ ଜିଉ ମନ୍ଦିର ପରିଦର୍ଶନରେ ଯାଇଥିଲେ । ସେବାୟତ ଓ ସ୍ଥାନୀୟ ଲୋକ ମନ୍ଦିରର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ସେଦିନ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ବଳଦେବ ଜିଉ ମନ୍ଦିର ଓ ବଡ଼ଦାଣ୍ଡର ଉନ୍ନତୀକରଣ ହେବ । ଏଥିପାଇଁ ୮କୋଟି ୫୦ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନ ସମ୍ମିଳନୀ କକ୍ଷରୁ ଭିଡିଓ କନଫରେନ୍ସିଂ ଯୋଗେ କେନ୍ଦ୍ରାପଡ଼ା ସାଂସଦ, ବିଧାୟକ, ଜିଲ୍ଲାପାଳ, ମନ୍ଦିର ଟ୍ରଷ୍ଟ ଏବଂ ସେବାୟତମାନଙ୍କ ସହିତ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି । ଏଥିରେ ବଳଦେବ ଜିଉଙ୍କ ପୀଠ ତୁଳସୀ କ୍ଷେତ୍ରର ସର୍ବବିଧ ବିକାଶ କରି ଏହାକୁ ଏକ ଆକର୍ଷଣୀୟ ଧର୍ମୀୟ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରିବା ପାଇଁ ନିଷ୍ପତ୍ତି ହୋଇଛି । ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ବଳଦେବ ଜିଉ ମନ୍ଦିର ଓ ଏହାର ପରିସରକୁ ସୁଦୃଶ୍ୟ ଆଲୋକମାଳାରେ ସୁସଜ୍ଜିତ କରିବା ସହ ବଡ଼ଦାଣ୍ଡର ଉନ୍ନତୀକରଣ କରାଯାଇ ଏହାର ଦୁଇ ପାଶ୍ୱର୍କୁ ମଧ୍ୟ ସୁଦୃଶ୍ୟ ଆଲୋକମାଳାରେ ସଜ୍ଜିତ କରାଯିବ । ସେହିପରି କେନ୍ଦ୍ରାପଡ଼ାରେ ଏକ ଆଧ୍ୟାତ୍ମିକ ଉଦ୍ୟାନ ନିର୍ମାଣ କରାଯିବା ସହିତ ବଳଦେବ ଜିଉ ଐତିହ୍ୟ ପୁଷ୍କରିଣୀର ପୁନରୁଦ୍ଧାର ହେବ । ମନ୍ଦିରରେ ଥିବା ବିଭିନ୍ନ କୀର୍ତ୍ତିରାଜିର ଉପଯୁକ୍ତ ସଂରକ୍ଷଣ ପାଇଁ ପଦକ୍ଷେପ ନିଆଯିବ । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook