ମୁଖ୍ୟ ଖବର
ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ଅଞ୍ଚଳରେ ବର୍ଷା ହେବ । ୧୯ ତାରିଖରୁ ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ାରେ ବର୍ଷା ହେବ । ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିଦେ୍ର୍ଧଶକ ଏଚ ଆର ବିଶ୍ୱାସ କହିଛନ୍ତି, ୧୩ ତାରିଖ ଦିନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ଦୁର୍ବଳ ହୋଇଯାଇଛି । ଅନ୍ୟ ପଟେ ମୌସୁମୀ ଏବେ ରାଜ୍ୟରେ ଦୁର୍ବଳ ରହିଛି । ତେଣୁ ଆସନ୍ତା ୩ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ପାଗ ଶୁଖିଲା ଓ ଖରାଟିଆ ରହିବ । ତାପମାତ୍ରା ସ୍ୱାଭାବିକଠାରୁ ୨/୩ ଡିଗ୍ରୀ ଅଧିକ ରହିବ । ୩ ଦିନ ଧରି ଏପରି ସ୍ଥିତି ଲାଗି ରହିବା ପରେ ୧୯ ତାରିଖ ଆଡ଼କୁ ପାଗରେ ପରିବର୍ତ୍ତନ ଆସିବ । ୨୦ ତାରିଖ ଦିନ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇ ରାଜ୍ୟରେ ବର୍ଷା କରାଇବ । ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି ।
Comments ସମସ୍ତ ମତାମତ