ମୁଖ୍ୟ ଖବର
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତାକାଲି ଠାରୁ ୨୩ ତାରିଖ ଯାଏଁ ବର୍ଷା ହେବ । ଏନେଇ ଆସନ୍ତା ଉପକୂଳ ଓଡ଼ିଶା ସମେତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା । ଏସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି । ଆସନ୍ତା ୨୩ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହିବା ଯୋଗୁଁ କାଲି ଠାରୁ ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି ।
Comments ସମସ୍ତ ମତାମତ