Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଆର ପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ ରମାକାନ୍ତ ମିଶ୍ର

    Share on :
    ajab-Image
    Date: Oct 16, 2020    Views: 6536

    ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ରମାକାନ୍ତ ମିଶ୍ରଙ୍କର ପରଲୋକ ହୋଇଯାଇଛି  । ମୃତୁ୍ୟ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା । ସେ କିଛି ଦିନ ହେଲା ଅସୁସ୍ଥ ହୋଇ କିମସରେ ଚିକିତ୍ସାଧୀନ ଥିଲେ । ସତ୍ୟନଗର ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ତାଙ୍କ ଜ୍ୱାଇଁ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ଯୁଗଳ କିଶୋର ମହାପାତ୍ର ମୁଖାଗ୍ନି ଦେଇଥିଲେ । ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ କରାଯାଇଛି । ଗତ ସେପ୍ଟେମ୍ବର ୮ ତାରିଖରେ ସ୍ୱର୍ଗତ ମିଶ୍ରଙ୍କର ପତ୍ନୀ ସତ୍ୟଭାମା ମିଶ୍ରଙ୍କର ପରଲୋକ ହୋଇଥିଲା  ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook