Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ରଥଯାତ୍ରା ପାଇଁ ଆଜିଠୁ କାଠକଟା ଅନୁକୂଳ

    Share on :
    ajab-Image
    Date: Jan 12, 2021    Views: 4182

    ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି । ରଥ ନିର୍ମାଣ ପାଇଁ ଆବଶ୍ୟକ ରଥକାଠ କଟା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର ୪ ଜଣିଆ ସ୍ୱତନ୍ତ୍ର ପ୍ରତିନିଧି ଦଳ ମାଳ, ମାହାର୍ଦ୍ଧ ସହ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ନେଇ ସନ୍ଧ୍ୟାରେ ନୟାଗଡ଼ ବନଖଣ୍ଡ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି । ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ବରିଷ୍ଠ ରଥ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ, ରଥ କାଠ ଅମିନ ଲକ୍ଷ୍ମଣ ମହାପାତ୍ର ଓ ଭୋଇ ସର୍ଦ୍ଧାର ରବି ଭୋଇଙ୍କ ଠାରୁ ନୟାଗଡ଼ ଡିଏଫଓ ଧନରାଜ ଏଚଡି ଆଜ୍ଞାମାଳ ଓ ମାହାର୍ଦ୍ଧ ଗ୍ରହଣ କରିଛନ୍ତି । ଆଜି ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ବଡମୂଳ ବଡରାଉଳ ଠାକୁରାଣୀଙ୍କ ପୀଠରେ ଆଜ୍ଞାମାଳ ନେଇ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ନୟାଗଡ଼ ବନଖଣ୍ଡରୁ ରଥକାଠ କଟା ପର୍ବ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook