ମୁଖ୍ୟ ଖବର
ରାୟଗଡ଼ା: ରାୟଗଡ଼ା ଜିଲ୍ଲାକୁ ୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତାକାଲି ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାୟଗଡ଼ା ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି । କରୋନା ସଂକ୍ରମଣରେ ରୋକ ଲଗାଇବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଉଟଡୋର ମଧ୍ୟ ୪୮ ଘଣ୍ଟା ପାଇଁ ବନ୍ଦ ରହିବ ବୋଲି ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ସୂଚନା ଦେଇଛନ୍ତି ।
ପ୍ରକାଶ ଯେ, ରାଜ୍ୟରେ କରୋନା ମହାମାରୀ ଏବେ କିଛି ଶୁଣୁନାହିଁ । ତିନି ମାସ କାଁ ଭାଁ ଜଣେ ଦୁଇ ଜଣ ଲୋକ ମହାମାରୀରେ ଆକ୍ରାନ୍ତ ହେଉଥିବାବେଳେ ଏବେ ଦିନକୁ ଶହ ଶହ ସଂଖ୍ୟାରେ ସଂକ୍ରମିତ ବାହାରୁଛନ୍ତି । ରାଜ୍ୟରେ ପରିସ୍ଥିତି ଏପରି ହେଲାଣି ଯେ, ସଂକ୍ରମଣ ଦିନ କେଇଟାରେ ସବୁ ଅଙ୍କକୁ ଓଲଟପାଲଟ କରିଦେଇଛି । ପୂର୍ବରୁ ଜଣେ ଆକ୍ରାନ୍ତ ବାହାରିଲେ ତା’ର ଠିକଣା ଖୋଜି ଲୋକେ ତୁଣ୍ଡରେ ଘୋଷି ଦେଉଥିଲେ । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଆଉ ଗଣି ହେଉନାହିଁ । ଯାହାକୁ ନେଇ କେଉଁଠି ସଟଡାଉନ ତ କେଉଁଠି ଲକଡାଉନ ଘୋଷଣା କରାଯାଉଛି ।
Comments ସମସ୍ତ ମତାମତ