Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଭାରତରେ ଦୁଗ୍ଧ ଓ ଅଣ୍ଡା ଉପôାଦନ ୬ % ବୃଦ୍ଧି ପାଇଛି

    Share on :
    ajab-Image
    Date: Sep 16, 2020    Views: 3442

    ଭୁବନେଶ୍ୱର   : ଅର୍ଥନୀତି ଉପରେ କୋଭିଡ-୧୯ ମହାମାରୀର ଗଭୀର ପ୍ରଭାବ ପଡିବା ସତ୍ୱେ ଭାରତରେ ଦୁଗ୍ଧ ଏବଂ ଅଣ୍ଡାର ଉପôାଦନ ୬% ବୃଦ୍ଧି ପାଇଛି ବୋଲି କହିଛନ୍ତି ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍)ର  ମହା ନିଦେ୍ର୍ଧଶକ ଓ କୃଷି ଗବେଷଣା ଓ ଶିକ୍ଷା ବିଭାଗର ସଚିବ ଡ. ତି୍ରଲୋଚନ ମହାପାତ୍ର । 

    ଏହି ମହାମାରୀ ନିଜ କାର୍ଯ୍ୟରେ ବ୍ୟସ୍ତ ରହୁଥିବା କୃଷକମାନଙ୍କ କାର୍ଯ୍ୟକୁ ବନ୍ଦ କରିପାରି ନାହିଁ କିମ୍ବା ସେମାନଙ୍କର କୃଷି ଉପôାଦନ କାର୍ଯ୍ୟରେ ପ୍ରଭାବ ପକାଇ ପାରି ନାହିଁ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ ପକ୍ଷରୁ ଆୟୋଜିତ ୩ ଦିନିଆ ଇ-ଜାତୀୟ ସମ୍ମିଳନୀର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଡ. ମହାପାତ୍ର ଏହି ସୂଚନା ଦେଇଛନ୍ତି । 

    କୃଷି କ୍ଷେତ୍ରରେ ବିବିଧତା ଏକ ସଫଳ କୃଷି ଅର୍ଥନୀତିର ମାନଦଣ୍ଡ ବୋଲି କହିବା ସହ କୃଷି କ୍ଷେତ୍ରରେ ଉପôାଦନକୁ ବୃଦ୍ଧି କରିବା ପାଇଁ ନୂତନ ବୈଜ୍ଞାନିକ ଜ୍ଞାନର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । 

    ସମ୍ମିଳନୀର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ପ୍ରମୁଖ ପରାମର୍ଶଦାତା ତଥା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ପୂର୍ବତନ କୁଳପତି ପ୍ରଫେସର ଡି.ପି. ରାୟ, ସୋଆର କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ଆଇଏଏସ୍ର ଡିନ୍ (ପିଜି) ପ୍ରଫେସର ପ୍ରେମାନନ୍ଦ ମହାପାତ୍ର, ଡିନ୍ ପ୍ରଫେସର ବିଜୟ କୁମାର ସାହୁ ପ୍ରମୁଖ ନିଜର ବକ୍ତବ୍ୟ ରଖିଥିଲେ । 
    ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ ପ୍ରଫେସର ବିବୁଧ ପରାସର । ଆଇଏଏସ୍ର ପ୍ୟାକଲ୍ଟି ସୁଚିସ୍ମିତା ମହାପାତ୍ର ଏବଂ ଭୁବନାନନ୍ଦ ଅଧିକାରୀ ଉଦ୍ଘାଟନୀ କାର୍ଯ୍ୟକ୍ରମ ଉପରେ ଆୟୋଜିତ ଦୁଇଟି କର୍ମଶାଳା ପରିଚାଳନା କରିଥିଲେ । ସୋଆର ଛାତ୍ରମଙ୍ଗଳ ଡିନ୍ ଡ. ଜ୍ୟୋତି ରଞ୍ଜନ ଦାସ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । 
    ଦେଶର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୨୦୦ରୁ ଅଧିକ ପ୍ରତିନିଧି ଏହି ଇ-କର୍ମଶାଳାରେ ଯୋଗ ଦେଇଥିଲେ । 

     

    Maximum 500 characters

    ଦେଶ ବିଦେଶ View all

    Find Us on Facebook