Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଆଂଚଳିକ

ମୁଖ୍ୟ ଖବର

    ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ

    Share on :
    ajab-Image
    Date: Feb 14, 2020    Views: 2551

    ଢେଙ୍କାନାଳ : ଢେଙ୍କାନାଳରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି। ବାଜି ଚୌକସ୍ଥିତ ପୁରୁଣା ହସ୍ପିଟାଲ ବିଲ୍ଡିଂକୁ ସିଟି ହସ୍ପିଟାଲ ମାନ୍ୟତା ଦାବିରେ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। । ବନ୍ଦ ପାଳନରେ ବିଭିନ୍ନ ରାଜନୈତିକ ଦଳ, ବୁଦ୍ଧିଜୀବୀଙ୍କ ସହ ବଣିକ ସଂଘ, ଓକିଲ ସଂଘ ଓ ସାମ୍ବାଦିକ ସଂଘ ସାମିଲ ହୋଇଥିବା ଜଣାପଡ଼ିଛି। ବନ୍ଦର ପ୍ରଭାବରେ ସହରର ଦୋକାନ ବଜାର ବନ୍ଦ ରହିବା ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ଗାଡ଼ିମଟର ଚଳାଚଳ ବନ୍ଦ ରହିଛି। ଫଳରେ ରାସ୍ତାର ଉଭୟ ପଟରେ ଶହ ଶହ ଯାନ ଅଟକି ରହିଛି। ସ୍ଥାନୀୟଲୋକେ ଦୀର୍ଘ ଦିନ ଧରି ପୁରୁଣା ହସ୍ପିଟାଲ ବିଲ୍ଡିଂକୁ ସିଟି ହସ୍ପିଟାଲ ମାନ୍ୟତା ଦାବିକୁ ରାଜ୍ୟ ସରକାର ଉପେକ୍ଷା କରୁଥିବାରୁ ଏପରି ପଦକ୍ଷେପ ନିଆଯାଇଛି ବୋଲି ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୁହାଯାଇଥିବା ନେଇ ସୂଚନା ମିଳିଛି।

    Maximum 500 characters

    ଆଂଚଳିକ View all

    Find Us on Facebook