Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ପୁରୀ ସ୍ୱର୍ଗଦ୍ୱାର ବିକାଶ ପାଇଁ ୫ କୋଟି

    Share on :
    ajab-Image
    Date: Nov 1, 2019    Views: 556

    ଭୁବନେଶ୍ୱର : ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ  । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଖର୍ଚ୍ଚ ଭରଣା କରାଯିବ । ଫୋନିକ୍ସ ଫାଉଣ୍ଡେସନ ସହଯୋଗରେ ଏହି ବିକାଶ କାର୍ଯ୍ୟ କରାଯିବ ।

    ସଂଧ୍ୟାରେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି  । ଫନି ପରେ ସ୍ୱର୍ଗଦ୍ୱାରରେ ବହୁତ କ୍ଷତି ହୋଇଥିଲା  । ତେଣୁ ଏହାର ସାମଗ୍ରୀକ ବିକାଶ ପାଇଁ ରାଜ୍ୟ ସରକାର କାମ ହାତକୁ ନେଇଛନ୍ତି  । ଏଥିରେ ଶବଦାହ ଠାରୁ ଆରମ୍ଭ କରି ଶବବାହକମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିବ  । ସବୁ ଋତୁରେ ସୁବିଧାରେ ଶବଦାହ ପାଇଁ ଏଠାରେ ବ୍ୟବସ୍ଥା କରାଯିବ  । ଶବବାହକମାନଙ୍କ ସୁବିଧା ପାଇଁ ବିଶ୍ରାମ କକ୍ଷ ଠାରୁ ଆରମ୍ଭ କରି ବୃକ୍ଷରୋପଣ କରାଯିବ  । ଅସ୍ଥି ସଂଗ୍ରହ ଏବଂ ଏହାର ସଂରକ୍ଷଣ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ  । ଏହି କାର୍ଯ୍ୟ ଆରମ୍ଭର ୬ମାସ ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି  ।

    ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ବିଜବାବୁ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଅଛନ୍ତି  । ସ୍ୱର୍ଗଦ୍ୱାରରେ ବିଜୁବାବୁଙ୍କ ଉଦେ୍ଧଶ୍ୟରେ ଯାହାକିଛି ଥିଲା ସେ ସବୁ ଏବେ ଓଡ଼ିଶାବାସୀଙ୍କ ସେବାରେ ଲାଗିବ  । ସ୍ୱର୍ଗଦ୍ୱାରକୁ ବିଶ୍ୱାସର ପବିତ୍ର ଭୂମି ଭାବେ ବର୍ଣ୍ଣନା କରି ଏହାର ବିକାଶରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ  । ବୈଠକରେ ବହୁ ମନ୍ତ୍ରୀ ଓ ସଚିବ ପ୍ରମୁଖ ଉପସ୍ଥିତ ଥିଲେ  ।

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook