Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ମୁଣ୍ଡ ପିଟିଲେ ତାରା, ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

    Share on :
    ajab-Image
    Date: Nov 21, 2020    Views: 3328

    ଭୁବନେଶ୍ୱର: ସ୍କୁଲ ବନ୍ଦ ପ୍ରସଙ୍ଗକୁ ନେଇ ଆଜି ବିଧାନସଭାର ଅପରାହ୍ନ ଅଧିବେଶନରେ ପ୍ରବଳ ହଟ୍ଟଗୋଳ ହୋଇଛି ।  ଉଭୟ କଂଗ୍ରେସ ଓ ବିଜେପି ବିଧାୟକମାନେ ପାଟିତୁଣ୍ଡ କରିବା ସହ ହଟ୍ଟଗୋଳ କରିଛନ୍ତି ।  ଏହି ଅବସରରେ କଂଗ୍ରେସ ବିଧାୟକ ତାରା ବାହିନୀପତି ସ୍କୁଲ ବନ୍ଦ  ନିଷ୍ପତ୍ତିକୁ ବିରୋଧ କରି ବାଚସ୍ପତିଙ୍କ ସମ୍ମୁଖ ଫାଇଭରରେ ମୁଣ୍ଡ ପିଟିଦେଇଥିଲେ ।  ତେବେ ଗୃହରେ ଏଭଳି ଅବସ୍ଥା ଦେଖି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସର୍ବଦଳୀୟ ବୈଠକ ଡାକିଛନ୍ତି ।  

    ଏହା ପୂର୍ବରୁ ରାଜ୍ୟରେ ସ୍କୁଲ ବନ୍ଦ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ତାରା ବାହିନୀପତି ଆତ୍ମହତ୍ୟା କରିବାକୁ ଧମକ ଦେଇଥିଲେ ।   ରାଜ୍ୟ ସରକାର ସ୍କୁଲ ବନ୍ଦ ନିଷ୍ପତ୍ତି ନବଦଳାଇଲେ ଆତ୍ମହତ୍ୟା କରିବାକୁ ତାରା ଧମକ ଦେଇଥିଲେ ।   ସ୍କୁଲ ବନ୍ଦ ନିଷ୍ପତ୍ତି ନବଦଳାଇଲେ ବାଚସ୍ପତିଙ୍କ ସମ୍ମୁଖରେ ଆତ୍ମହତ୍ୟା କରିବି । ଏପରିକି ନିକ ବେକ କାଟିଦେବେ ବୋଲି ତାରା ଧମକ ଦେଇଥିଲେ ।  

    ପ୍ରକାଶ ଯେ, ସ୍କୁଲ ବନ୍ଦ ପ୍ରସଙ୍ଗକୁ ନେଇ ଆଜି ବିଧାନସଭାରେ  ଆରମ୍ଭରୁ ହଟ୍ଟଗୋଳ ହୋଇଛି । ଏହି ପରିପ୍ରେକ୍ଷୀରେ ବିରୋଧୀ ଦଳର ସଦସ୍ୟମାନେ  ସ୍କୁଲ ବନ୍ଦ ପ୍ରସଙ୍ଗକୁ ନେଇ ସର୍ବଦଳୀୟ ବୈଠକ ଡାକିବାକୁ ଦାବି କରିଥିଲେ ।   ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟମାନେ ସର୍ବଦଳୀୟ ବୈଠକ ଡାକିବାକୁ ବାଚସ୍ପତିଙ୍କ ଠାରେ ଦାବି କରିଥିଲେ ।   ଏପରିକି ସର୍ବଦଳୀୟ ବୈଠକକୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କୁ ଡାକିବାକୁ ମଧ୍ୟ ବିରୋଧୀ ଦଳର ସଦସ୍ୟମାନେ ଦାବି କରିଥିଲେ ।   ଉକ୍ତ ସର୍ବଦଳୀୟ ବୈଠକରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ଆଲୋଚନା କରିବାକୁ ବିରୋଧୀ ଦଳର ସଦସ୍ୟମାନେ ଦାବି କରିଥିଲେ ।   ତେବେ ଏନେଇ ହଟ୍ଟଗୋଳ ଲାଗି ରହିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବୀ ଘୋଷଣା କରିଥିଲେ । ତେବେ ଅପରାହ୍ନ ୩ଟା ପରେ ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ପୁଣି ବିରୋଧୀ କଂଗ୍ରେସ ଓ ବିଜେପି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହ  ସ୍ୱାଭାବିକ କରିବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ।  

     

    Maximum 500 characters

    ତାଜା ଖବର View all

    Find Us on Facebook