Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ମୋଦୀଙ୍କ ବାସଭବନରେ ରୋହିତ ବାହିନୀ

    Share on :
    ajab-Image
    Date: Jul 4, 2024    Views: 5603

    ନୂଆଦିଲ୍ଲୀ:ଟି-୨୦ ବିଶ୍ବକପରେ ବିଜୟୀ ହେବା ପରେ ଘୂର୍ଣ୍ଣିଝଡ଼ କାରଣରୁ ବାର୍ବାଡୋସରେ ଫସିଥିବା ଭାରତୀୟ ଟିମ୍ ଆଜି ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବା ପରେ ଭବ୍ୟ ସ୍ବାଗତ ସ ମ୍ବର୍ଦ୍ଧନା ଦିଆଯାଇଛି। ବିମାନ ବନ୍ଦରରୁ ବସ ଯୋଗେ ଖେଳାଳି ମାନେ ହୋଟେଲ ଆଇଟିସି ମୌର୍ୟ୍ୟକୁ ଯାଇଥିବା ବେଳେ ବାଟରେ ପ୍ରଶଂସକ ମାନେ ଜୋରଦାର ସ୍ବାଗତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ଖେଳାଳୀ ମାନେ ମୁମ୍ବାଇ ଅଭିମୁଖେ ଉଡାଣ ଭରିବେ ।
    ମୁମ୍ବାଇରେ ପହଞ୍ଚିବା ପରେ ସମସ୍ତ ଖେଳାଳି ଖୋଲା ବସରେ ୱାଙ୍ଖଡେ ଷ୍ଟାଡିୟମରେ ପହଞ୍ଚିବେ । ସେଠାରେ ବିସିସିଆଇ ସମ୍ପାଦକ ଜୟ ଶାହାଙ୍କୁ ବିଶ୍ୱକପ ଟ୍ରଫି ଦେବେ ଅଧିନାୟକ ରୋହିତ ଶର୍ମା । ବାତ୍ୟାରେ ଫଶିଥିବା ଟିମ୍ ଇଣ୍ଡିଆର ଖେଳାଳୀଙ୍କ ପାଇଁ ବାର୍ବାଡୋସକୁ ସ୍ୱତନ୍ତ୍ର ବିମାନ ପଠାଇଥିଲା ବିସିସିଆଇ । ଏହି ବିମାନରେ ଖେଳାଳୀଙ୍କ ସହ ସହଯୋଗୀ ଷ୍ଟାଫ୍, ଖେଳାଳୀଙ୍କ ପରିବାର ସଦସ୍ୟ, ବିସିସିଆଇର କିଛି ସଦସ୍ୟ, ଭାରତୀୟ ଗଣମାଧ୍ୟମର କିଛି ସଦସ୍ୟ ଭାରତ ଫେରିଛନ୍ତି । ଚଳିତ ଟି-୨୦ ବିଶ୍ୱକପରେ ଦକ୍ଷିଣ ଆଫ୍ରିକାକୁ ମାତ୍ ଦେଇ ଚାମ୍ପିୟନ ହୋଇଛି ଟିମ୍ ଇଣ୍ଡିଆ । ଦୀର୍ଘ ୧୭ ବର୍ଷ ପରେ ପୁଣିଥରେ ଟି-୨୦ ବିଶ୍ୱକପ ଚାମ୍ପିୟନ ହୋଇଛି ଭାରତୀୟ ଦଳ । ଏହାପୂର୍ବରୁ ୨୦୦୭ରେ ଧୋନୀଙ୍କ ନେତୃତ୍ୱରେ ଟି-୨୦ ଚାମ୍ପିୟନ ହୋଇଥିଲା ଟିମ୍ ଇଣ୍ଡିଆ ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook